ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି। କେନ୍ଦୁଝର ଜିଲାରୁ ଲୁହାପଥର ନେଇ ଯାଉଥିବା ଟ୍ରକ ଗୁଡିକୁ ପାରାଦୀପ, ଜଗତସିଂହପୁର, କେନ୍ଦ୍ରାପଡା ଅଞ୍ଚଳର ଟ୍ରକ ମାଲିକ ମାନେ ହଇରାଣ କରୁଥିବାରୁ ଏହାର ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ପକ୍ଷରୁ ଗତ ଶୁକ୍ରବାର ସନ୍ଧ୍ୟାରେ ଉକ୍ତ ଅଞ୍ଚଳର ଟ୍ରକ ଗୁଡିକୁ ଏନଏଚ ୨୦ ରାଙ୍କି ନିକଟରେ ଅଟକାଇ ରଖିଛନ୍ତି। ଏହାକୁ ନେଇ ବିବାଦ ବଢୁଥିବାରୁ ଉଭୟ ଜିଲା ପ୍ରଶାସନ ହସ୍ତକ୍ଷେପ କରି ସମାଧାନ କରିବାକୁ ଦାବି ହେଉଛି। ଏନେଇ କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ପକ୍ଷରୁ ପାରାଦୀପ ଟ୍ରକ ମାଲିକ ସଂଘକୁ ଜଣାଇଥିଲେ ହେଁ କରୋନା କଟକଣା ଆଳରେ ସମାଧାନ ନ କରି ଦିନ ଗଡାଇବାରେ ଲାଗିଛନ୍ତି। ଏଣୁ ବାଧ୍ୟ ହୋଇ ଆମେ ଏଠାରେ ସାମାଜିକ ଦୂରତ୍ୱ ରକ୍ଷା କରି ତାଙ୍କ ଅଞ୍ଚଳର ଟ୍ରକ ଗୁଡିକୁ ଅଟକାଇ ପ୍ରତିବାଦ କରୁଛୁ ବୋଲି କେନ୍ଦୁଝର ଟ୍ରକ ମାଲିକ ସଂଘର ସାଧାରଣ ସମ୍ପାଦକ ସୂର୍ଯ୍ୟନାରାୟଣ କର କହିଛନ୍ତି। ଏଣୁ ଏହାର ତୁରନ୍ତ ସମାଧାନ ନ ହେବା ପର୍ଯ୍ୟନ୍ତ ଟ୍ରକ ଗୁଡ଼ିକ ଛଡାଯିବ ନାହିଁ ବୋଲି ଟ୍ରକ ମାଲିକ ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri