ତେଜିଲା ଲକ୍‌ଡାଉନ୍‌ ରାଜନୀତି

ନୂଆଦିଲ୍ଲୀ,୩ା୪(ପି.ଟି.): ମହାମାରୀ କରୋନା ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ଗୁରୁବାର ନବମ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଜୋର୍‌ ଧରିଛି ରାଜନୀତି। ବିନା କୌଣସି ପ୍ରସ୍ତୁତିରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି ବୋଲି କେନ୍ଦ୍ର ସରକାରଙ୍କୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି।
କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟସି)ର ଏକ ବୈଠକକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ବୋଧିତ କରି ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି, ସରକାର ବିନା କୌଣସି ପୂର୍ବ ପ୍ରସ୍ତୁତିରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାରୁ ଦେଶରେ ଅଭୂତପୂର୍ବ ସ୍ବାସ୍ଥ୍ୟ ଓ ମାନବିକ ସଙ୍କଟ ଦେଖାଦେଇଛି। ସମସ୍ତେ ଏକାଠି ହୋଇ ଏହାର ମୁକାବିଲା କଲେ ସ୍ଥିତିରେ ସୁଧାର ଆସିବ। ସିଡବ୍ଲ୍ୟୁସି କାରୋନା ଭାଇରସ୍‌ ଟେଷ୍ଟ ପାଇଁ ଯାଞ୍ଚକୁ ବ୍ୟାପକ କରିବା ଲାଗି ଦାବି କରିଛି। ଏହାସହ ଅର୍ଥନୀତି ସୁଧାରିବା ପାଇଁ ଏକ ଟାସ୍କଫୋର୍ସ ଗଠନ କରାଯାଉ ବୋଲି ଦାବି ହୋଇଛି। କେନ୍ଦ୍ର ସରକାର କୋଭିଡ୍‌-୧୯ ମୁକାବିଲା ପାଇଁ ଘୋଷଣା କରିଥିବା ପ୍ୟାକେଜ୍‌ ପର୍ଯ୍ୟାପ୍ତ ନୁହେଁ ବୋଲି ସମାଲୋଚନା କରି ଅଧିକ ପାଣ୍ଠି ଦେବାକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ ଦାବି କରିଛନ୍ତି।
ଅନ୍ୟପକ୍ଷରେ ଲକ୍‌ଡାଉନ୍‌କୁ ନେଇ ସୋନିଆଙ୍କ ମନ୍ତବ୍ୟ ଦୁର୍ଭାଗ୍ୟଜନକ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସମାଲୋଚନା କରିଛନ୍ତି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି, କୋଭିଡ୍‌-୧୯ର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦ୍ୟମକୁ ଭାରତ ସମେତ ସାରା ବିଶ୍ୱରେ ପ୍ରଶଂସା କରାଯାଉଥିବାବେଳେ ଏହାକୁ ନେଇ କଂଗ୍ରେସ ରାଜନୀତି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri