ତେଜୁଛି ଆନ୍ଦୋଳନ : ସିଡିଏମ୍‌ଓଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ସୁନ୍ଦରଗଡ଼,୧୮।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା.ପଙ୍କଜ କୁମାର ପଟେଲଙ୍କ ବିରୋଧରେ ଅନ୍ୟାୟ ଭାବେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ଡାକ୍ତରମାନେ ଗତ ୧୫ ତାରିଖରୁ କଳାବ୍ୟାଜ୍‌ ପିନ୍ଧି ପ୍ରତୀକ ଧର୍ମଘଟ ଚଳାଇଆସୁଛନ୍ତି। ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟରତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ଏକ ନୀରବ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଏହି ଶୋଭାଯାତ୍ରା ଜିଲା ମୁଖ୍ୟ ଡାକ୍ତରଖାନା କ୍ୟାମ୍ପସ ପରିକ୍ରମା କରି ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ପରେ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ, ଗତ୧୩ ତାରିଖରେ ୫-ଟି ସଚିବ ଭି. ପାଣ୍ଡିୟାନଙ୍କ ନେତୃତ୍ୱରେ ଆସିଥିବା ସ୍ବତନ୍ତ୍ର ଟିମ୍‌ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କରିଥିଲେ। ଏହା ପରେ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାଃ ପଙ୍କଜ ପଟେଲଙ୍କୁ ମୋ’ ସରକାର କାର୍ଯ୍ୟର ଫଳ ରୂପାୟନ ଦିଗରେ ଅବହେଳା ଦର୍ଶାଇ କାର୍ଯ୍ୟରୁ ନିଲମ୍ବନ କରିଥିଲେ। ଅଭିଯୋଗ କିମ୍ବା ଅବହେଳାର କାରଣ ଠିକ୍‌ ଭାବେ ତଦନ୍ତ କରା ନ ଯିବା କିମ୍ବା କୌଣସି କାରଣ ଦର୍ଶାଅ ନୋଟିସ୍‌ ଜାରି କରା ନ ଯାଇ ଏକତରଫା ଭାବେ ତାଙ୍କ ବିରୋଧରେ ଏଭଳି ନିଷ୍ପତ୍ତି ନିଆଯିବା ଠିକ୍‌ ହୋଇ ନ ଥିବା ଡାକ୍ତର ଓ କର୍ମଚାରୀମାନଙ୍କ ପକ୍ଷରୁ କୁହାଯାଇଛି । ଏଣୁ ରାଜ୍ୟ ସରକାର ଏହି ଘଟଣାର ନିରପେକ୍ଷ ଭାବେ ଉପଯୁକ୍ତ ତଦନ୍ତ କରି ଉଚିତ୍‌ ପଦକ୍ଷେପ ନେବା ସହ ସିଡିଏମଓଙ୍କ ବିରୋଧରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ତାଙ୍କୁ ପୁନଃ ଅବସ୍ଥାପିତ ପାଇଁ ଦାବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri