ତେନ୍ତୁଳିଆ ଗ୍ରାମ ନିକଟ ଜଙ୍ଗଲରୁ ଛେଳି ଉଭାନ: ପୁଣି ବାଘ ଆତଙ୍କ, ଲାଗିବ ଟ୍ରାପ କ୍ୟାମେରା

ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା ଛେଳିଙ୍କ ମଧ୍ୟରୁ କେତୋଟି ଉଭାନ ହୋଇଯାଇଥିଲେ। ସୋମବାର ୨ଟି ଛେଳି କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଗତ ମାସରେ ନିକଟସ୍ଥ ଗୁଣ୍ଡିରିବାଡ଼ି ଜଙ୍ଗଲରେ ଏକ ବାଘୁଣୀ ପାଦଚିହ୍ନ ଠାବ କରାଯାଇଥିଲା। ତେଣୁ ଛେଳିଙ୍କୁ ସେହି ବାଘୁଣୀ ଆକ୍ରମଣ କରିଥାଇପାରେ ବୋଲି ଲୋକେ ସନ୍ଦେହ କରୁଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଏଭଳି ପରିସ୍ଥିତିକୁ ଦେଖି ବନ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ଟ୍ରାପ୍‌ କ୍ୟାମେରା ଲଗାଇବା ପାଇଁ ଯୋଜନା କରାଯାଇଛି । ମଙ୍ଗଳବାର ଟ୍ରାପ୍‌ କ୍ୟାମେରା ଲଗାଯିବ । ଏ ନେଇ ଜଗନ୍ନାଥପ୍ରସାଦ ରେଞ୍ଜର ଉମାକାନ୍ତ ଦାସ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି । ବର୍ତ୍ତମାନ ଘଟଣାସ୍ଥଳରୁ ଯାହା ସୂଚନା ମିଳୁଛି ତାହା ବାଘ ଆକ୍ରମଣ ହୋଇ ନ ପାରେ । ତଥାପି ଟ୍ରାପ୍‌ କ୍ୟାମେରା ଲଗାଯିବ। ସମ୍ପୃକ୍ତ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଏଥିସହ ଜଙ୍ଗଲକୁ ଛେଳି ନ ଛାଡ଼ିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?