ତେଲର ବିଜ୍ଞାପନ ପାଇଁ ବଲିଉଡ୍‌ ଅଭିନେତାଙ୍କ ଉପରେ ୨୦ ହଜାର ଟଙ୍କା ଜରିମାନା

ମୁମ୍ବାଇ,୨୫।୧୧: ବଲିଉଡ୍‌ ଅଭିନେତା ଗୋବିନ୍ଦା ଓ ଜ୍ୟାକି ଶ୍ରଫ ଦରଜ ଭଲ ହେବା ତେଲର ଏକ ବିଜ୍ଞାପନରେ କାମ କରିଥିଲେ। ହେଲେ ଏବେ ଏହା ତାଙ୍କୁ ଅଡୁଆରେ ପକାଇ ଦେଇଛି। ଜଣେ ଉପଭୋକ୍ତା ଉକ୍ତ ତେଲ ବ୍ୟବହାର କରି ଦରଜ ଭଲ ହେଉନାହିଁ ବୋଲି ଅଭିଯୋଗ କରିବା ପରେ ମୁଜଫରନଗରର ଏକ କଞ୍ଜୁମର କୋର୍ଟ ତେଲ କମ୍ପାନୀ, ଗୋବିନ୍ଦା ଓ ଜ୍ୟାକିଙ୍କ ଉପରେ ୨୦ ହଜାର ଟଙ୍କାର ଜରିମାନା ଲଗାଇଥିବା ଜଣାପଡିଛି। ଉପଭୋକ୍ତା ଜଣକ ଉକ୍ତ ତେଲ କମ୍ପାନୀ ନାଁରେ ଅଭିଯୋଗ ଆଣିଥିଲେ। ହେଲେ କୋର୍ଟ ଏବେ ଉଭୟ କମ୍ପାନୀ ଓ ଏହାର ବିଜ୍ଞାପନରେ କାମ କରିଥିବା ବଲିଉଡ୍‌ ଅଭିନେତାଙ୍କ ଉପରେ ଜରିମାନା ଲଗାଇଛନ୍ତି। ଏହା ୫ ବର୍ଷ ତଳର ମାମଲା ହୋଇଥିବା ବେଳେ ଏବେ କୋର୍ଟ ଏହାର ରାୟ ଦେଇଛନ୍ତି। ଉକ୍ତ ହର୍ବାଲ ଅଏଲ କମ୍ପାନୀ ସହ ଅଭିନେତାମାନେ ମଧ୍ୟ ଏଥିରେ ଫସି ଯାଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଉପଭୋକ୍ତା ଜଣକ ଖବରକାଗଜରେ କମ୍ପାନୀର ବିଜ୍ଞାପନ ଦେଖି ତାଙ୍କ ପିତାଙ୍କ ପାଇଁ ୩୬୦୦ ଟଙ୍କା ଦେଇ ତେଲ କିଣିଥିଲେ। ଏହାସହ କମ୍ପାନୀ କହିଥିଲା କି ଦରଜ ନ କମିଲେ ଟଙ୍କା ଫେରସ୍ତ କରାଯିବ। ହେଲେ ଦରଜ ନ କମିବାରୁ ଉପଭୋକ୍ତା ଜଣକ ଅଭିଯୋଗ କରି ଟଙ୍କା ଫେରସ୍ତ ମାଗିବାରୁ କମ୍ପାନୀ ପ୍ରତିନିଧି ତାଙ୍କୁ ଟଙ୍କା ଦେବାକୁ ମନା କରି ଦେଇଥିଲେ। ଏହାପରେ ସେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?