ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ

ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା ପରିଷଦରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଓଡ଼ିଆ ଭାଷାର ପ୍ରୟୋଗ କୌଶଳ ସମ୍ପର୍କରେ ତାଲିମ ଦିଆଯାଇଥିଲା। ଗତ କିଛି ବର୍ଷ ହେଲା ଆନ୍ଧ୍ରପ୍ରଦେଶ ସରକାରଙ୍କ ସହଯୋଗରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ହେବାରେ ଲାଗିଛି। ଓଡ଼ିଆ ଛାତ୍ରୀଛାତ୍ରମାନେ ଓଡ଼ିଆ ଭାଷାରେ ଅଧ୍ୟୟନ କରିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେଠାରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପାଇଁ ଏହି ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅଧିକରୁ ଅଧିକ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଓଡ଼ିଆ ଭାଷାରେ ଅଧ୍ୟୟନ କରିବା ପାଇଁ ଆଗ୍ରହ ସୃଷ୍ଟି କରାଯାଇ ପାରିବ ସେ ସମ୍ପର୍କରେ ତାଲିମ ଦିଆଯାଇଥିଲା ।
ଉତ୍କଳ ସମ୍ମିଳନୀର ଗଞ୍ଜାମ ଜିଲା ସଭାପତି ମନ୍ମଥ ପାଢ଼ୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ଉତ୍କଳ ସମ୍ମିଳନୀ ରାଜ୍ୟ ସଭାପତି ପ୍ରଫେସର ଡ. ଅଦ୍ୱୈତ କୁମାର ପାତ୍ର ଯୋଗ ଦେଇଥିଲେ। ସେ କହିଥିଲେ, ଓଡ଼ିଆ ଭାଷାକୁ ଅଧିକ ଆକୃଷ୍ଟ କରିବ। ବିଚ୍ଛିନ୍ନାଞ୍ଚଳରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜିତ କରାଯାଉଛି। ଗତ ୨୧ତାରିଖରେ ଜଳେଶ୍ୱରରେ ପଶ୍ଚିମବଙ୍ଗର ୧୩୫ ଓଡ଼ିଆ ଶିକ୍ଷକଙ୍କୁ ତାଲିମ ଦିଆଯାଇଥିଲା। ଆନ୍ଧ୍ରପ୍ରଦେଶରେ ପ୍ରାୟ ୨ଶହ ଓଡ଼ିଆ ବିଦ୍ୟାଳୟ ରହିଛି। ସେଗୁଡ଼ିକରେ ୬ଶହ ପଦବୀ ଥିବା ବେଳେ ସେଥିରୁ ୨ଶହ ପଦବୀ ଖାଲି ପଡ଼ିଛି। ଅନ୍ୟପଟେ ଅଭାବକୁ ଦୂର କରିବା ପାଇଁ ଓଡ଼ିଶା ସରକାରଙ୍କ ସହଯୋଗରେ ୧୩୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଯଦି ଆନ୍ଧ୍ର ପ୍ରଦେଶ ସରକାର ସମସ୍ତ ପଦବୀ ପୂରଣ କରନ୍ତି, ତେବେ ଯେଉଁ ଅଞ୍ଚଳରେ ଓଡ଼ିଆ ଭାଷାଭାଷୀ ଲୋକମାନେ ବସବାସ କରୁଛନ୍ତି, କିନ୍ତୁ ବିଦ୍ୟାଳୟ ନାହିଁ, ସେଠାରେ ବିଦ୍ୟାଳୟ ଖୋଲିବା ଦିଗରେ ପଦକ୍ଷେପ ନିଆଯିବ। ଓଡ଼ିଶା ସରକାର ଏ ଦିଗରେ ଆନ୍ଧ୍ର ପ୍ରଦେଶ ସରକାରଙ୍କ ସହ ଆଲୋଚନା କରନ୍ତୁ। ଓଡ଼ିଆ ପିଲାଙ୍କୁ ପୁସ୍ତକ ଯୋଗାଇବା ସହ ସ୍କୁଲଗୁଡ଼ିକର ଉନ୍ନତୀକରଣ ଦିଗରେ ଆନ୍ଧ୍ରପ୍ରଦେଶ ଯଥେଷ୍ଟ ପଦକ୍ଷେପ ନେଉଥିବା ଯୋଗୁ ସେ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ ଅନନ୍ତ ପ୍ରସାଦ ଜେନା, କୋଷାଧ୍ୟକ୍ଷ ବିମଳ ଚନ୍ଦ୍ର ଷଡ଼ଙ୍ଗୀ, ଜିଲା ସମ୍ପାଦକ ଦୀନବନ୍ଧୁ ଶ୍ରୀପଲ୍ଲବ, ଯୁଗ୍ମ ସମ୍ପାଦକ ଡା. ନକୁଳ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ କବୟିତ୍ରୀ ସ୍ବର୍ଣ୍ଣପ୍ରଭା ପାଢୀଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ସମୂହ ଗାନ କରାଯାଇଥିଲା। ଖଲ୍ଲିକୋଟସ୍ଥିତ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ(ଡିଆଇଇଟି) ପ୍ରଶିକ୍ଷକ ଦେବେନ୍ଦ୍ରନାଥ ସାହୁ, ନିବେଦିତା ପାଢୀ ଓ ଜୟନ୍ତୀ ବେହେରା, ଡୁରା ରାମନାରାୟଣ ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ବନମାଳୀ ପାଣିଗ୍ରାହୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ମହାପାତ୍ର, ଶଶୀଭୂଷଣ ମହିଳା ମହାବିଦ୍ୟାଳୟ ଶିକ୍ଷା ବିଭାଗ ବରିଷ୍ଠ ଅଧ୍ୟାପିକା ଡ. ମନସ୍ବିନୀ ପାଢୀ ଏବଂ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବୀ ପ୍ରସାଦ ମହାପାତ୍ର ପ୍ରମୁଖ ସାଧନ କର୍ମୀଭାବେ ଯୋଗଦେଇ ତାଲିମ୍‌ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri