ତେଲଙ୍ଗାନାରୁ ଆସିଲେ ୧୬୦ ପ୍ରବାସୀ ଓଡ଼ିଆ

ରାୟଗଡ଼ା ଅଫିସ,୨୦ା୫: ତେଲଙ୍ଗାନା ରାଜ୍ୟକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର,କନ୍ଧମାଳ ଓ ମାଲକାନଗିରି ଜିଲାର କିଛି ଲୋକ ଯାଇଥିଲେ। କରୋନା ପାଇଁ ଲକ୍‌ଡାଉନ ହେବାରୁ ବିଭନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ସେଠାରୁ ସତନ୍ତ୍ର ଟ୍ରେନ୍‌ ଯୋଗେ ବୁଧବାର ସେମାନେ ରାୟଗଡ଼ାରେ ପହଞ୍ଚିଛନ୍ତି। ଗଜପତିର ୪୦, ରାୟଗଡ଼ାର ୧୫,କୋରାପୁଟ ୨୪, ନବରଙ୍ଗପୁରର ୩୧, କନ୍ଧମାଳର ୭ଜଣ ଓ ମାଲକାନଗିରି ଜିଲାର ୪୩ଜଣ ମିଶି ସର୍ବମୋଟ ୧୬୦ଜଣ ଶ୍ରମିକ ଆଜି ରାୟଗଡ଼ାରେ ପହଞ୍ଚିଛନ୍ତି। ସେହି ପ୍ରବାସୀ ଶ୍ରମିକମାନଙ୍କୁ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ପିଡିଡିଆରଡିଏ ଅମିତ ଋତୁରାଜ, ଗୁଣପୁର ଉପଜିଲାପାଳ ବିଏସ୍‌ ବଳରାମ, ଉପଜିଲାପାଳ ରାୟଗଡ଼ା ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିଥିଲେ। ଅନ୍ୟରାଜ୍ୟରୁ ଆସି ରାୟଗଡ଼ାର ବିଭିନ୍ନ ଅଭ୍ୟର୍ଥନା କେନ୍ଦ୍ରରେ ରହିଥିବା ବଲାଙ୍ଗୀର ଓ ନୂଆପଡ଼ା ଶ୍ରମିକମାନଙ୍କୁ ନିଜ ନିଜ ଜିଲାକୁ ୧୩ଟି ବସ୍‌ରେ ପଠାଯାଇଥିଲା। ବଲାଙ୍ଗୀରକୁ ୧୨ଟି ବସ୍‌ ଓ ନୂଆପଡ଼ାକୁ ଗୋଟିଏ ବସ୍‌ରେ ପ୍ରବାସୀମାନଙ୍କୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri