ଆସିକା,୧୮ା୬(ଡି.ଏନ୍.ଏ.)- ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନା ବେଣିପଲ୍ଲି ଗ୍ରାମ ନିକଟରେ ଥିବା ଏକ ତୋଟାରୁ ଗୁରୁବାର ନରକଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ପଡିଥିବା ପୋଷାକରୁ ଏହା ସଙ୍ଗରୋଧ କେନ୍ଦ୍ରରୁ ଖସି ପଳାଇଥିବା ଜଣେ ବ୍ୟକ୍ତିଙ୍କର ବୋଲି ସନ୍ଦେହ କରାଯାଉଛି। ତାଙ୍କ ମା’ ଉକ୍ତ ପୋଷାକ ଚିହ୍ନଟ କରିଥିବା ପୋଲିସ ସୂଚନା ଦେଇଛି। ସନ୍ଧ୍ୟାରେ ବେଲଗୁଣ୍ଠା ତହସିଲଦାର ସରୋଜ କୁମାର ବେହେରାଙ୍କ ଉପସ୍ଥିତିରେ ଫରେନ୍ସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ଧିରେଶ୍ କୁମାର ଦାସ କହିଛନ୍ତି। ଗାଙ୍ଗପୁର ଥାନାରେ ନଂ.୧୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଗାଙ୍ଗପୁର ଥାନା ଅଞ୍ଚଳର ସମ୍ପୃକ୍ତ ବ୍ୟକ୍ତି ସୁରଟରୁ ଫେରି ବେଣିପଲ୍ଲିସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ମେ’ ୨୭ ରାତିରେ ସେ ସଙ୍ଗରୋଧ କେନ୍ଦ୍ରରୁ ଫେରାର୍ ହୋଇଯାଇଥିବା ବେଣିପଲ୍ଲି ସରପଞ୍ଚ ଗାଙ୍ଗପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୧୩୪/୨୦)ରୁଜୁ କରି ତଦନ୍ତ ଚଳାଇଥିଲା।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…
ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା
କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍ ଛାଡ଼ି…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…
ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ
ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…
Archives

