Posted inଜାତୀୟ

ତ୍ରିକୋଣୀୟ ହେବାରେ ଲାଗିଛି ତୈଳ ଯୁଦ୍ଧ: ଭାରତ ସହିତ ଏସିଆ ରାଷ୍ଟ୍ରସମୂହ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୮।୯: ସୌଦିର ତୈଳ ବିଶୋଧନାଗାର ଉପରେ ଇରାନ୍‌ ହୁତି ସୈନ୍ୟଙ୍କ ଡ୍ରୋନ୍‌ ଆକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାଯୋଗୁ ଇରାନ୍‌-ସୌଦି ସମ୍ପର୍କରେ ଫାଟ ବଢ଼ିବାରେ ଲାଗିଛି। ଏହା ଆମେରିକା ପାଇଁ ଏକ ସୁଯୋଗ ମଧ୍ୟ ସୃଷ୍ଟି କରିଛି। ଏହି ମଉକାରେ ଆମେରିକା ଇରାନ୍‌ ଉପରେ ଆକ୍ରମଣ କରିବାକୁ ଚାହିଁ ବସିଛି। ଫଳରେ ତୈଳ ଯୁଦ୍ଧରେ ଇରାନ୍‌, ସୌଦି ସହିତ ଜାଣିଶୁଣି ଆମେରିକା ଯୋଗଦେଇ ଏହାକୁ ତ୍ରିକୋଣୀୟ କରିଛି। ଏହାଦ୍ୱାରା ଆମେରିକା କବଜାରେ ଇରାନର ତୈଳବିଶୋଧନାଗାର ରହିବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଇରାନ୍‌ ଆମେରିକା ଜାଣିଶୁଣି ଯୋଜନାବଦ୍ଧ ଭାବେ ଏଭଳି ସ୍ଥିତି ସୃଷ୍ଟି କରିଥିବା ଇରାନ୍‌ କହିଛି। ଏପରି କରି ଆମେରିକା ନିକର ତୈଳ ଷ୍ଟକ ବୃଦ୍ଧି କରି ଏହାର ଅପବ୍ୟବହାର କରିପାରେ ବୋଲି ଇରାନ୍‌ ଅଭିଯୋଗ କରିଛି। ଏହି ସଙ୍କଟ ଜନକ ସ୍ଥିତି ଯୋଗୁ ଅଶୋଧିତ ତୈଳ ଉତ୍ପାଦନରେ ବାଧା ଦେଖା ଦେଇଛି। ଏହାଦ୍ୱାରା ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ହେବାର ଆଶଙ୍କା ରହିଛି। ଏହା ବ୍ୟାରେଲ୍‌ ପିଛା ୧୦ ଡଲାର ବଢ଼ିବ ବୋଲି କୁହାଯାଉଛି। ଭାରତ ସମେତ ଅନ୍ୟ ଏସିଆ ରାଷ୍ଟ୍ର ସମୂହକୁ ସୌଦି ଅଶୋଧିତ ତୈଳ ରପ୍ତାନି କରିଥାଏ। ଭାରତ ୮୩ ପ୍ରତିଶତ ଅଶୋଧିତ ତୈଳ ସୌଦିରୁ ଆମଦାନି କରିଥାଏ। ଅଶୋଧିତ ତୈଳ ଦର ବୃଦ୍ଧି ହେଲେ ଭାରତ ସହିତ ଅନ୍ୟ ଏସିଆ ରାଷ୍ଟ୍ରରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବା ଯୋଗୁ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ମଧ୍ୟ ବଢ଼ିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri