Posted inଜାତୀୟ

ତ୍ରିରଙ୍ଗା ପତାକା ପ୍ରସ୍ତୁତ ପାଇଁ ଘର ବିକିଲେ ଏହି ବ୍ୟକ୍ତି

ହାଇଦ୍ରାବାଦ୍‌, ୧୬।୫: ଦେଶର ପତାକା ପ୍ରତି ସମସ୍ତ ନାମରିକଙ୍କ ସମ୍ମାନ ଭାବ ଥାଏ। ଏହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶରେ। ଏଠାରେ ଜଣେ ବ୍ୟକ୍ତି ତ୍ରିରଙ୍ଗା ପାଇଁ ନିଜ ଘର ବିକ୍ରି କରିଦେଇଛନ୍ତି। ବ୍ୟକ୍ତିଙ୍କ ନାମ ଆର୍‌ ସତ୍ୟନାରାୟଣ। ପେସାରେ ସେ ଜଣେ ବୁଣାକାର। ତ୍ରିରଙ୍ଗାକୁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବା ପାଇଁ ତାଙ୍କର ବହୁଦିନରୁ ଇଚ୍ଛା ଥିଲା। ବିନା କପଡା ଯୋଡି ଗୋଟିଏ କପଡାରେ ସେ ପତାକା ପ୍ରସ୍ତୁତ କରିବାକୁ ଚାହୁଁଥିଲେ। ଏହାକୁ ପ୍ରସ୍ତୁତ ପାଇଁ ସାଢେ ୬ ଲକ୍ଷ ଟଙ୍କା ଆବଶ୍ୟକ ଥିଲା। ଏଥିପାଇଁ ସେ ନିଜ ଘର ବିକି ଦେଇଥିଲେ। ଏହି ଟଙ୍କାରେ ସେ ୪ବର୍ଷ ଧରି ତ୍ରିରଙ୍ଗା ପ୍ରସ୍ତୁତ କରିଥିଲେ। ୧୨ ଫୁଟ ଲମ୍ବର ଏହି ତ୍ରିରଙ୍ଗା ଲାଲକିଲାରେ ଉଡିବାକୁ ସେ ଚାହୁଁଛନ୍ତି ବୋଲି କହିଛନ୍ତି। ଆଜିପର୍ଯ୍ୟନ୍ତ ଗୋଟିଏ କପଡାରେ ଦେଶରେ ତ୍ରିରଙ୍ଗା ପ୍ରସ୍ତୂୁତ ହୋଇନାହିଁ, ମୋ ଦ୍ୱାରା ପ୍ରସ୍ତୁତ ଏହା ପ୍ରଥମ ବୋଲି ସେ ଦାବି କରିଛନ୍ତି। ଏହି ତ୍ରିରଙ୍ଗାକୁ ସେ ବିଶାଖାପାଟନମ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପହାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri