Posted inଖେଳ

ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି: ଭାରତୀୟ ଦଳରେ ଓଡ଼ିଶା ମାରିଆନା, ଆଜମିନା

ନୂଆଦିଲ୍ଲୀ, ୧୬।୧୧(ପି.ଟି.)-
ଅଷ୍ଟ୍ରେଲିଆର କାନ୍‌ବେରାଠାରେ ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଡିସେମ୍ବର ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ଘୋଷିତ ୧୮ ଜଣିଆ ଭାରତୀୟ ଦଳରେ ଓଡ଼ିଶାର ୨ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମାରିଆନା କୁଜୁର ଓ ଆଜମିନା କୁଜୁର। ଆଗାମୀ ଟୁର୍ନାମେଣ୍ଟରେ ଭାରତ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଅଂଶଗ୍ରହଣ କରିବେ। ଏଥିରେ ଭାରତ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ୨ଟି ଲେଖାଏ ଏହିପରି ୪ଟି ମ୍ୟାଚ ଖେଳିବ। ପ୍ରତିଯୋଗିତାର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ମୁକାବିଲା ହେବାକୁ ଥିବାବେଳେ ଭାରତ ଏହାର ପ୍ରଥମ ମ୍ୟାଚ ଡିସେମ୍ବର ୪ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ।
ଆଗାମୀ ତ୍ରିରାଷ୍ଟ୍ରୀୟ ପାଇଁ ସୁମନ ଦେବୀ ଥୌଡାମଙ୍କୁ ଭାରତୀୟ ଦଳର ଅଧିନାୟିକା ଓ ଈଶିକା ଚୌଧାରୀଙ୍କୁ ଉପଅଧିନାୟିକା ମନୋନୀତ କରାଯାଇଛି। ”ଚଳିତବର୍ଷ ପ୍ରାରମ୍ଭରେ ଆମେ ଆୟର୍ଲାଣ୍ଡ ଓ ବେଲାରୁଷ ବିପକ୍ଷରେ ମ୍ୟାଚ ଖେଳି ଅଭିଜ୍ଞତା ହାସଲ କରିଥିଲୁ। ଏଥର ଆମେ ଅଷ୍ଟ୍ରେଲିଆରେ ମଧ୍ୟ ଭଲ ପ୍ରଦର୍ଶନ ନେଇ ଆଶାବାଦୀ। ମନୋନୀତ ଖେଳାଳିଙ୍କୁ ଦେଖିଲେ ଉଭୟ ଡିଫେନ୍ସ ଓ ଫରଓ୍ବାର୍ଡ ବିଭାଗରେ ଆମ ପାଇଁ ପର୍ଯ୍ୟାପ୍ତ ବିକଳ୍ପ ରହିଛି। ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଲେ ଆମ ଖେଳାଳିଙ୍କ ପ୍ରଦର୍ଶନ ନିଶ୍ଚିତ ଶାଣିତ ହେବ“ ବୋଲି କୋଚ୍‌ ବଲଜିତ ସିଂ ପ୍ରକାଶ କରିଛନ୍ତି।
ଭାରତୀୟ ଦଳ: ବିଚୁ ଦେବୀ କାରିବାମ୍‌, ରଶନପ୍ରୀତ କୌର, ସୁମନ ଦେବୀ ଥୌଡାମ (ଅଧିନାୟିକା), ଈଶିକା ଚୌଧାରୀ(ଉପଅଧିନାୟିକା), ପ୍ରିୟଙ୍କା, ମହିମା ଚୌଧାରୀ, ମାରିନା ଲାଲରାମଙ୍ଗାକି, ଗଗନଦୀପ କୌର, ପ୍ରଭଲିନ କୌର, ମାରିଆନା କୁଜୁର, ଚେତନା, ରୀତ, ବଲଜିତ କୌର, ଆଜମିନା କୁଜୁର, ବିଉଟି ଡୁଙ୍ଗଡୁଙ୍ଗ୍‌, ଶର୍ମିଳା ଦେବୀ, ଦୀପିକା, ଲାଲରିଣ୍ଡିକି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri