Posted inଖେଳ

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌: ଫାଇନାଲରେ ହାରିଲା ଭାରତ

ମେଲବୋର୍ନ,୧୨।୨(ପି.ଟି.)- ଓପ୍‌ନର ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଏଠାରେ ବୁଧବାର ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ ଫାଇନାଲରେ ଅଷ୍ଟ୍ରେଲିଆ ୧୧ ରନ୍‌ରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି। ୧୫୬ ରନ୍‌ ଟାର୍ଗେଟର ପିଛା କରୁଥିବା ଭାରତୀୟ ମହିଳା ଦଳ ୧୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଚାମ୍ପିୟନ ଦଳ ପାଇଁ ୫ ଉଇକେଟ ସଫଳତା ପାଇଥିବା ବାମହାତୀ ସ୍ପିନର ଜେସ ଜୋନାସେନଙ୍କୁ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ବେଥ ମୁନିଙ୍କୁ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ କରାଯାଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ୍‌ କରିଥିଲା। ଟିମ୍‌ ଇଣ୍ଡିଆ ଅନ୍ତିମ ଓଭରରେ ୧୯ ରନ୍‌ ବ୍ୟୟ କରିଥିଲା, ଯାହାକି ପରାଜୟର ମୂଳ କାରଣ ଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ବେଥ ମୁନି ୭୧ ରନ୍‌ କରି ଅପରାଜିତ ଥିଲେ। ତାଙ୍କ ବ୍ୟତୀତ ଆଶଲେ ଗାର୍ଡନର ଓ ଅଧିନାୟିକା ମେଗ ଲାନ୍ନିଂ ୨୬ ଲେଖାଏ ରନ୍‌ କରିଥିଲେ। ଭାରତୀୟ ଦଳ ପକ୍ଷରୁ ଦୀପ୍ତି ଶର୍ମା ଓ ରାଜେଶ୍ୱରୀ ଗାଏକ୍ୱାଡ ୨ଟି ଲେଖାଏ ଉଇକେଟ ନେଇଥିଲେ। ରାଧା ଯାଦବ ଓ ଅରୁନ୍ଧତୀ ରେଡ୍ଡୀ ପ୍ରତ୍ୟେକେ ୧ଟି ଉଇକେଟ ହାତେଇଥିଲେ। ଜବାବରେ ଟିମ୍‌ ଇଣ୍ଡିଆ ଆରମ୍ଭରୁ ଶେଫାଳି ବର୍ମା (୧୦)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପ୍‌ନର ମନ୍ଧାନା ୩୭ ବଲରେ ୬୬ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ଥିଲା ୧୨ ଚୌକା। ଏଥିଯୋଗୁ ଭାରତୀୟ ଦଳ ୧୪.୧ ଓଭର ପର୍ଯ୍ୟନ୍ତ ୩ ଉଇକେଟ ହରାଇ ୧୧୧ ରନ୍‌ କରିଥିଲା। ସେତେବେଳେ ଦଳକୁ ଜିତିବା ପାଇଁ ୩୫ ବଲରେ ୪୪ ରନ୍‌ ଦରକାର ଥିଲା। କିନ୍ତୁ ଟିମ୍‌ ଇଣ୍ଡିଆ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଶେଷଆଡ଼କୁ ତାନିଆ ଭାଟିଆ (୧୧) କିଛି ଚେଷ୍ଟା କରିଥିଲେ। କିନ୍ତୁ ତାହା ଫଳପ୍ରଦ ହୋଇ ନ ଥିଲା। ଫଳରେ ଦଳ ଶେଷ ପର୍ଯ୍ୟନ୍ତ ଖେଳି ୧୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ ଦଳ- ୨୦ ଓଭରରେ ୧୫୫/୬(ବେଥ ମୁନି ୭୧*, ଆଶଲେ ଗାର୍ଡନର ୨୬, ମେଗ ଲାନ୍ନିଂ ୨୬, ଦୀପ୍ତି ଶର୍ମା ୨/୩୦, ରାଜେଶ୍ୱରୀ ଗାଏକ୍ୱାଡ ୨/୩୨)।
ଭାରତୀୟ ଦଳ- ୨୦ ଓଭରରେ ୧୪୪/୧୦ (ସ୍ମୃତି ମନ୍ଧାନା ୬୬, ରିଚା ଘୋଷ ୧୭, ହରମନପ୍ରୀତ କୌର ୧୪, ଜେସ ଜୋନାସେନ ୫/୧୨, ତାଲା ଭ୍ଲାମିଙ୍କ ୨/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?