ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇପଡ଼ିଛି। ଅସଜଡ଼ା ଅର୍ଥନୀତି ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ୫%କୁ ଖସି ଆସିଛି। ଗୋଟିଏ ପଟେ ରୋଜଗାର କମିଥିବାବେଳେ ଅନ୍ୟପଟେ ଶିକ୍ଷା, ସ୍ବାସ୍ଥ୍ୟ, ଗୃହ ନିର୍ମାଣ ଇତ୍ୟାଦି କ୍ଷେତ୍ରରେ ବ୍ୟୟଭାର ବୃଦ୍ଧି ପାଇଛି। ଗତ ୫ବର୍ଷରେ ଦେଶର ଅର୍ଥନୀତିକୁ ସମ୍ଭାଳିବାରେ ମୋଦି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଓଡ଼ିଶା ସିଟିଜେନ୍‌ସ ଫୋରମ୍‌ ପକ୍ଷରୁ ସୋମବାର ସ୍ଥାନୀୟ ଶ୍ରମିକ ଭବନଠାରେ ‘ଦେଶରେ ଅର୍ଥନୈତିକ ଅଧୋଗତି’ ବିଷୟବସ୍ତୁକୁ ନେଇ ଆୟୋଜିତ ମାସିକ ଆଲୋଚନାଚକ୍ରରେ ଯୋଗଦେଇଥିବା ବକ୍ତାମାନେ ଏହା କହିଛନ୍ତି। ଆଲୋଚନାଚକ୍ରର ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ହାଇକୋର୍ଟ ଆଇନଜୀବୀ ଦୀପକ ମହାପାତ୍ର ‘ମୋଟର ଯାନ ଆଇନ ଓ ଅର୍ଥଦଣ୍ଡ’ ବିଷୟ ଉପରେ ଆଲୋଚନା କରିଥିଲେ। ପାଣ୍ଠି ସଂଗ୍ରହ ପାଇଁ ଏହି ଆଇନରେ ସଂଶୋଧନ କରାଯାଇ ଲୋକଙ୍କୁ ଦଣ୍ଡିତ କରାଯାଉଥିବା ସେ କହିଥିଲେ। ଭାଷାବିତ୍‌ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ସଭାପତିତ୍ୱ ଏବଂ ଆବାହକ ପ୍ରଦୀପ୍ତ ନାୟକଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ସାମ୍ବାଦିକ ରାଜେଶ ମହାପାତ୍ର ଅର୍ଥନୈତିକ ଅଧୋଗତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମରେ ସିଟିଜେନ୍‌ସ ଫୋରମର ଅଧ୍ୟକ୍ଷ ଡା. ମଧୁସୂଦନ ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଆହତ

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri