ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ

ଔପଦା, ୨୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ରାଏରାମଚନ୍ଦ୍ରପୁର ପଞ୍ଚାୟତ ସୋରିଷପାଳ ଗ୍ରାମର ଅନ୍ନପୂର୍ଣ୍ଣା ପାଢ଼ୀ (୧୮) ନାମ୍ନୀ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାକୁ ଯାଇ ପ୍ରାଣ ହରାଇଛନ୍ତି। ଅସ୍ତ୍ରୋପଚାର ସମୟରେ ମହିଳାଙ୍କର ଖାଦ୍ୟ ନଳୀ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଗିରଫ କରିବାକୁ ପରିବାର ଲୋକେ ଅଡିବସିଥିଲେ। ପରିବାର ଲୋକଙ୍କ ସହ ଗ୍ରାମବାସୀ ଔପଦା ଡାକ୍ତରଖାନା ଆଗରେ ଧାରଣାରେ ବସି ୧୦ଲକ୍ଷ ଟଙ୍କା ସରକାରୀ ସହାୟତା ପ୍ରଦାନ ଏବଂ ତାଙ୍କ ଦୁଇ କନ୍ୟା ସନ୍ତାନଙ୍କ ଦାୟିତ୍ୱ ସରକାର ବହନ କରିବା ଲାଗି ଦାବି କରିଥିଲେ। ଏହାକୁ ନେଇ ଔପଦା ବଜାରରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଜିଲା ପରିବାର ନିୟୋଜନ ଅଧିକାରୀ ପରେଶ ଚନ୍ଦ୍ର ମହାନ୍ତି, ଡିପିଏଚ୍‌ସିଓ ନରେଶ ଚନ୍ଦ୍ର ଦାସ, ଜିଲା ଯକ୍ଷ୍ମାଧିକାରୀ ଗିରିଶ ଚନ୍ଦ୍ର ପତି ଓ ଈଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୈଳାସ ଚନ୍ଦ୍ର ବେହେରା, ଔପଦା ତହସିଲଦାର ତଥା ବିଡ଼ିଓ ପିତାମ୍ବର ଭୋଇ, ଔପଦା ଥାନାଧିକାରୀ ପ୍ରଶାନ୍ତ କୁମାର ଜେନା ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଓ ରେଡକ୍ରସ ପକ୍ଷରୁ ୧୦ ହଜାର ଦେବା ଲାଗି ପ୍ରତିଶ୍ରୁତି ଦେବା ପରେ ଲୋକେ ଧାରଣାରୁ ହଟିଥିଲେ।
ଅନ୍ନପୂର୍ଣ୍ଣା ପରିବାର ନିୟୋଜନ ଅସ୍ତ୍ରୋପଚାର ଲାଗି ଈଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭର୍ତ୍ତି ହୋଇଥିଲେ। ଗତ ୧୫ ତାରିଖରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଏହାପରେ ସେ ଘରକୁ ଫେରିଥିଲେ। ଘରେ ତାଙ୍କର ବାରମ୍ବାର ବାନ୍ତି ହେବାରୁ ପ୍ରଥମେ ସୋର ଓ ପରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଅନ୍ନପୂର୍ଣ୍ଣାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଇସିୟୁରେ ଥିବା ବେଳେ ଶୁକ୍ରବାର ରାତି ୨ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ଜାଣିବା ପରେ ତାଙ୍କ ସ୍ବାମୀ ଗଜେନ୍ଦ୍ର ଘରେ ୨ ଝିଅର ଭବିଷ୍ୟତ ନେଇ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri