ତ୍ୱଚାକୁ ସୁସ୍ଥ ରଖେ ଟମାଟୋ

ଟମାଟୋ ଦେଖିବାକୁ ଯେତିକି ଆକର୍ଷଣୀୟ, ଖାଦ୍ୟକୁ ବି କରେ ସେତିକି ସ୍ବାଦିଷ୍ଟ। କେବଳ ଏତିକି ନୁହେଁ ଏଥିରେ ମଧ୍ୟ ଭରିରହିଛି ଏକାଧିକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଜାଣିରଖନ୍ତୁ ସୁନ୍ଦର ତ୍ୱଚା ଲାଗି ଟମାଟୋକୁ ବ୍ୟବହାର କରିବାର ବିଭିନ୍ନ ଉପାୟ…

– ଟମଟୋ ରସରେ ମହୁ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୫ ମିନିଟ୍‌ ରଖିବା ପରେ ପାଣିରେ ଧୋଇଦିଅନ୍ତୁ। ଏହାଦ୍ୱାରା ଟମାଟୋରେ ଥିବା ବିଟା- କେରାଟିନ ଏବଂ ଲାଇକୋପିନ୍‌ ତ୍ୱଚାକୁ ଚିକଣ ଏବଂ ଉଜ୍ୱଳ କରିଥାଏ।
– ଟମାଟୋକୁ ଆପଣ କ୍ଲିଞ୍ଜର ଭାବେ ବ୍ୟବହାର କରିପାରିବେ। ଏହାକୁ ବାଟି କିମ୍ବା ରସ ବାହାର କରି କ୍ଷୀରରେ ମିଶାନ୍ତୁ। ଏହି ମିଶ୍ରଣକୁ ତୁଳା ସାହାଯ୍ୟରେ ବେକ ଏବଂ ମୁହଁରେ ଲଗାଇ କିଛି ସମୟ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହା ତ୍ୱଚାକୁ ସଫା ରଖିବା ସହ ଗ୍ଲୋ ବଢ଼ାଇବାରେ ସାହାଯ୍ୟ କରିଥାଏ।
– ଟମାଟୋକୁ ଅଧା କାଟି ସେଥିରେ ଅଳ୍ପ ଚିନି ପକାଇ ଧୀରେ ଧୀରେ ମୁହଁରେ ଘଷିବା ଦ୍ୱାରା ଏହା ସ୍କ୍ରବ୍‌ ଭଳି କାର୍ଯ୍ୟ କରିଥାଏ। ଏହା ସ୍କିନ୍‌କୁ ଏକ୍ସଫୋଲିଏଟ୍‌ କରିବାରେ ବା ସ୍କିନ୍‌ରେ ଥିବା ଡେଡ୍‌ ସେଲ୍‌ ବାହାର କରିବାରେ ସାହାଯ୍ୟ କରିଥାଏ। ଏହା ମଧ୍ୟ ବ୍ଲାକ୍‌ କିମ୍ବା ହ୍ବାଇଟ୍‌ ହେଡ୍‌ ସମସ୍ୟା ଦୂର କରିଥାଏ।
– ଚନ୍ଦନ ପାଉଡ଼ରରେ ଅଳ୍ବ ଗୋଲାପଜଳ ଏବଂ ଟମାଟୋ ରସ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରି ମୁହଁରେ ଲଗାଇଲେ ତ୍ୱଚା ଚମକଦାର ଏବଂ ସୁନ୍ଦର ଲାଗିଥାଏ।
– ଅଏଲି ତ୍ୱଚା ଅନେକଙ୍କ ମୁହଁରେ ବ୍ରଣ ସମସ୍ୟ ସୃଷ୍ଟି କରିଥାଏ। ତେଣୁ ଏହି ସମସ୍ୟା ଦୂର କରିବା ଲାଗି ଟମାଟୋ ରସରେ ଅଳ୍ପ ଲେମ୍ବୁ ରସ ମିଶାଇ ତ୍ୱଚାରେ ଲଗାଇ କିଛି ସମୟ ରଖିବା ପରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଅଏଲି ସ୍କିନ୍‌ ନର୍ମାଲ ହେବା ସହ ସ୍କିନ୍‌ ଟୋନ୍‌ ବି ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri