ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ

ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ
କଦଳୀରେ ଭିଟାମିନ୍‌ ‘ବି’ ଏବଂ ‘ସି’ ଭରପୂର ମାତ୍ରାରେ ରହିଛି, ଯାହାକି ତ୍ୱଚାର ରଙ୍ଗ ସଫା କରିବା ସହ ତ୍ୱଚାକୁ ଟାଇଟ୍‌ ରଖିବାରେ ସାହାଯ୍ୟ କରିଥାଏ। ଅଳ୍ପ ପାଚିଲା କଦଳୀ ଚକଟାରେ ଏକ ଚାମଚ ଲେମ୍ବୁରସ ମିଶାଇ ମୁହଁ ଏବଂ ବେକରେ ଲଗାନ୍ତୁ। ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ।
ଦୁଇ ଚାମଚ ପାଚିଲା ଆମ୍ବ ରସ, ଏକ ଚାମଚ ଦହି ଏବଂ ଏକ ଚାମଚ ମହୁର ମିଶ୍ରଣକୁ ମୁହଁରେ ଲଗାନ୍ତୁ। କିଛି ସମୟ ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। ଆମ୍ବରେ ଥିବା ଭିଟାମିନ୍‌ ‘ଏ’, ‘ଇ’ ଏବଂ ‘ସି’ ତ୍ୱଚାରେ ଉଜ୍ଜ୍ୱଳତା ଆଣିଥାଏ।
ଷ୍ଟ୍ରବେରୀରେ ଥିବା ପୋଷକ ତତ୍ତ୍ୱ ତ୍ୱଚାର ରଙ୍ଗ ପରିବର୍ତ୍ତନ କରିଥାଏ। ଏଥିରେ ଥିବା ଆଣ୍ଟି ଅକ୍ସଡାଣ୍ଟ୍‌ ତ୍ୱଚାକୁ କୁଞ୍ଚନ ହେବାରୁ ଦୂର କରିଥାଏ। ଷ୍ଟ୍ରବେରୀରେ ଅଳ୍ପ ପାଣି ମିଶାଇ ଗ୍ରାଇଣ୍ଡିଂ କରି ମୁହଁରେ ଲଗାନ୍ତୁ। ୨୦ ମିନିଟ୍‌ ପରେ ଧୋଇ ଦିଅନ୍ତୁ।
ତ୍ୱଚା ପାଇଁ ଅମୃତଭଣ୍ଡା ପ୍ରାକୃତିକ କ୍ଲିଞ୍ଜର ଓ ଟୋନର ଭାବେ କାମ କରିଥାଏ। ଅମୃତଭଣ୍ଡାରୁ ମଞ୍ଜି ବାହାର କରି ଭଲଭାବେ ପେଷ୍ଟ୍‌ କରି ମୁହଁରେ ଲଗାନ୍ତୁ। କିଛି ସମୟ ପରେ ଧୋଇ ଦିଅନ୍ତୁ।
ଆପ୍ରିକଟ୍‌ (ଜେଉଟ)ରେ ରହିଛି ଭିଟାମିନ୍‌ ‘ଏ’, ‘ବି’ ଏବଂ ‘ସି’, ଯାହାକି ତ୍ୱଚାକୁ ନରମ ଓ କୋମଳ ରଖିଥାଏ। ଏଥିରୁ ମଞ୍ଜି ବାହାର କରି ପେଷ୍ଟ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ।
ପିଚ୍‌ରେ ଥିବା ହାଇଡ୍ରୋଅକ୍ସିକ୍‌ ଏସିଡ୍‌ ମୃତ କୋଷିକାକୁ ବାହାର କରି ତ୍ୱଚାକୁ ଟାଇଟ୍‌ ରଖିଥାଏ। ଏହାକୁ ଗ୍ରାଇଣ୍ଡିଂ କରି ଏଥିରେ ଏକ ଚାମଚ ଦହି ମିଶାଇ ମୁହଁରେ ଲଗାନ୍ତୁ। ଶୁଖିଗଲା ପରେ ଧୋଇ ଦିଅନ୍ତୁ। କିଛିଦିନ ଏପରି କରନ୍ତୁ ଫରକ୍‌ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri