ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ

ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍‌ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ ବର୍ଷ ଧରି ବାସ କରିଆସୁଛନ୍ତି। ସେମାନଙ୍କୁ ଥଇଥାନ ନ କରି ସଦର ତହସିଲଦାର ଉଚ୍ଛେଦ ନୋଟିସ୍‌ ଦେଇଥିବାରୁ ଗଣତାନ୍ତ୍ରିକ ଅଧିକାର ସୁରକ୍ଷା ସଙ୍ଗଠନ ଏହାକୁ ବିରୋଧ କରିଛି।
ସଙ୍ଗଠନ ପକ୍ଷରୁ ଓଡ଼େଶାଭବନ ପରିସରରେ ଶନିବାର ଅପରାହ୍ନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଭାପତି ବଂଶୀଧର ଚୌଧୁରୀ ଓ ସମ୍ପାଦକ ଗୋବିନ୍ଦ ବଲ୍ଲଭ ଦଳାଇ ଏହି ସୂଚନା ଦେଇ କହିଛନ୍ତି, ଉକ୍ତ ବସ୍ତିରେ ବସବାସ କରୁଥିବା ୨୩ ଭୂମିହୀନ ଗରିବ ପରିବାର ମଧ୍ୟରୁ ଅଧିକାଂଶ ଲୋକ ଦିନମଜୁରିଆ ଭାବେ କାମ କରୁଥିବା ବେଳେ କେତେଜଣ ଛୋଟ ପାନ ଓ ଚା’ ଦୋକାନ କରି ଚଳୁଛନ୍ତି। ମହିଳାମାନେ ବିଭିନ୍ନ ଲୋକଙ୍କ ଘରେ କାମଧନ୍ଦା କରି ପରିବାର ପ୍ରତିପୋଷଣ କରିଆସୁଛନ୍ତି। ସେମାନଙ୍କ ପିଲାମାନେ ବିଭିନ୍ନ ସ୍କୁଲରେ ପାଠ ପଢୁଛନ୍ତି। ତେଣୁ ସରକାର ଏମାନଙ୍କୁ ଥଇଥାନ ନ କରି ଘର ଭାଙ୍ଗି ଉକ୍ତ ଜମିକୁ ଦଖଲ କରିବା ଭଳି ପଦକ୍ଷେପ ନେଲେ ଏହା ମାନବିକ ଅଧିକାରକୁ ଉଲ୍ଲଂଘନ କରିବ। ଗରିବଙ୍କ ପ୍ରତି ଅବିଚାର ଓ ଅନ୍ୟାୟ ହେବ। ଏଣୁ ବସ୍ତିବାସିନ୍ଦାମାନଙ୍କୁ ପ୍ରଥମେ ଥଇଥାନ କରାଯାଇ ପରେ ଉଚ୍ଛେଦ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?