Posted inଜାତୀୟ

ଥମୁନି ଦାଦନ ଦୁଃଖ: ସଡ଼କ ଦୁର୍ଘଟଣାରେ ୨୪ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଔରୟା,୧୬।୫: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲକ୍‌ଡାଉନ ୩.୦ର ଅବଧି ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଏପଟେ କିନ୍ତୁ ଥମୁନାହିଁ ଦାଦନ ଶ୍ରମିକଙ୍କ ଦୁଃଖ। କିଏ ଚାଲି ଚାଲି ନିଜ ଭିଟାମାଟିକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାର ଶିକାର ହେଉଛି ତ ପୁଣି ଦିଏ ଟ୍ରେନ୍‌ ଲାଇନରେ ଆସୁଥିବା ବେଳେ ଦୁର୍ଘଟଣାରେ ଜୀବନ ହାରୁଛି। ଶନିବାର ସକାଳୁ ଉତ୍ତରପ୍ରଦେଶର ଔରୟାଠାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ। ଟ୍ରକ୍‌ ଯୋଗେ ନିଜ ରାଜ୍ୟକୁ ଫେରୁଥିବା କେତେଜଣ ଶ୍ରମିକଙ୍କୁ ଆଉ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୨୪ ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୋର ପ୍ରାୟ ୩.୩୦ରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏମାନେ ସମସ୍ତେ ବିହାର, ଝାଡଖଣ୍ଡ ଓ ପଶ୍ଚିମବଙ୍ଗର ବୋଲି ଜଣାପଡିଛି। ଆହତ ଥିବା ପ୍ରାୟ ୨୪ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କହିଛନ୍ତି ଔରୟାର ଚିଫ୍‌ ମେଡିକାଲ ଅଫିସର ଅର୍ଚ୍ଚନା ଶ୍ରୀବାସ୍ତବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ଉଦ୍ଦେଶ୍ୟରେ ସମବେଦନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri