ଥମୁନି ସ୍ମିତାରାଣୀ ମୃତ୍ୟୁ ରାଜନୀତି : ୫ରେ ସବୁ ଜିଲାପାଳଙ୍କ ଅଫିସ ଆଗରେ ଭାଜପାର ବିକ୍ଷୋଭ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ୧୮ ଦିନ ବିତିଯାଇଛି। ସ୍ମିତାରାଣୀଙ୍କୁ ନ୍ୟାୟ ଦେବା ପାଇଁ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପୋଲିସ ପ୍ରଶାସନ ଏ ପର୍ଯ୍ୟନ୍ତ ଚୁପ୍‌ ବସିଥିବା ଭାଜପା ଅଭିଯୋଗ କରିଛି। ଏପରିକି ଝିଅର ମୃତ୍ୟୁ ପରେ ନିଜ ଜୀବନ ପ୍ରତି ବିପଦ ରହିଥିବା ଦର୍ଶାଇ ସ୍ମିତାରାଣୀଙ୍କ ବାପା, ମା ଗାଁ ଘର ଛାଡିଛନ୍ତି। ତେଣୁ ଏହି ଘଟଣାକୁ ନେଇ ଆସନ୍ତା ୫ ତାରିଖରେ ରାଜ୍ୟର ସମସ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବ ବୋଲି ମହିଳା ମୋର୍ଚ୍ଚା ସଭାପତି ପ୍ରଭାତି ପରିଡ଼ା କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଭାତି କହିଛନ୍ତି ଯେ, ପୋଲିସ କେବଳ ରୂପେଶ ଭଦ୍ରଙ୍କୁ ଗିରଫ କରି ଘଟଣା ସମୟରେ ଉପସ୍ଥିତ ଅନ୍ୟ ୨ଜଣ ବିଜେଡି ନେତା ଏବଂ ସିମେଣ୍ଟ କମ୍ପାନୀ ଅଧିକାରୀଙ୍କୁ ତଦନ୍ତ ପରିସରଭୁକ୍ତ ଏ ଯାଏ କଲାନାହିଁ। ଯାଜପୁର ଏସ୍‌ପି ମୃତା ସ୍ମିତାରାଣୀଙ୍କ ବୃତ୍ତିଗତ ତଦନ୍ତ ନ କରି ବ୍ୟକ୍ତିଗତ ତଦନ୍ତ କରି ଚରିତ୍ରହନନ କରିଛନ୍ତି। ଶାସକ ଦଳ ଚାପରେ ଘଟଣାକୁ ଚପେଇ ଦେବା ପାଇଁ ଅପଚେଷ୍ଟା କରାଯାଉଛି। ମହିଳା କମିଶନ ଅଧ୍ୟକ୍ଷା ତଦନ୍ତ ନ କରି ମାମଲା ସରିଗଲାଣି ବୋଲି କହି ସମଗ୍ର ମହିଳା ସମାଜକୁ ନିନ୍ଦିତ କରିଛନ୍ତି। ଅପରପକ୍ଷରେ କେନ୍ଦ୍ରାପଡ଼ାର ଜଣେ ବିଜେଡି ନେତା ଜୈନିକ କର୍ମଜୀବୀ ମହିଳାଙ୍କୁ ପଦୋନ୍ନତି ଲୋଭ ଦେଖାଇ ନିର୍ଯାତନା ଦେଉଥିଲେ। ମହିଳା ଜଣକ ପୋଲିସ ନିକଟରେ ଅଭିଯୋଗ କରିବା ପରେ ମଧ୍ୟ ଶାସକ ଦଳ ଚାପରେ କୌଣସି ପଦକ୍ଷେପ ନିଆଯାଉନାହିଁ। ରାଜ୍ୟ ସରକାର ମହିଳା ସଶକ୍ତୀକରଣ, ମୋ ସରକାର, ମୋ ପୋଲିସ, ମୋ ପରିବାର ଏବଂ ୫-ଟି କଥା କହୁଥିବାବେଳେ ଜଣେ ମହିଳା ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କୁ ନ୍ୟାୟ ମିଳୁନାହିଁ। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା। ମୃତା ସ୍ମିତାରାଣୀଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଏବଂ ଯାଜପୁର ଏସ୍‌ପି ଏବଂ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର ଏବଂ ମହିଳାଙ୍କ ସୁରକ୍ଷା ନେଇ ଜିରୋ ଟଲେରାନ୍ସ ଗ୍ରହଣ କରିବା ଆଦି ଦାବି ନେଇ ଆସନ୍ତା ୫ ତାରିଖରେ ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ କରାଯିବ ବୋଲି ପ୍ରଭାତି କହିଛନ୍ତି। ପ୍ରଭାତି କେନ୍ଦ୍ରାପଡ଼ା ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ କରିବା ସହ ପୀଡ଼ିତା ମହିଳା ଓ ତାଙ୍କ ପରିବାର ସହ ସାକ୍ଷାତ୍‌ କରିବେ ବୋଲି ସୂଚନା ଦେଇଛନ୍ତି। ତେବେ ଏହି ଘଟଣାକୁ ନେଇ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ମଧ୍ୟ ଶାସକ ଦଳ ଉପରେ ବର୍ଷିଛନ୍ତି। ସୁର କହିଛନ୍ତି, ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ କରାଯିବା ଆବଶ୍ୟକ। ବିଧାନସଭା ଚାଲିବାବେଳେ ଭାଜପା ଚାହିଁଲେ ଏହି ପ୍ରସଙ୍ଗରେ କଂଗ୍ରେସ ସମର୍ଥନ ଦେବ ବୋଲି ସୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri