ଥମୁନି ସ୍ମିତାରାଣୀ ମୃତ୍ୟୁ ରାଜନୀତି : ୫ରେ ସବୁ ଜିଲାପାଳଙ୍କ ଅଫିସ ଆଗରେ ଭାଜପାର ବିକ୍ଷୋଭ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ୧୮ ଦିନ ବିତିଯାଇଛି। ସ୍ମିତାରାଣୀଙ୍କୁ ନ୍ୟାୟ ଦେବା ପାଇଁ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପୋଲିସ ପ୍ରଶାସନ ଏ ପର୍ଯ୍ୟନ୍ତ ଚୁପ୍‌ ବସିଥିବା ଭାଜପା ଅଭିଯୋଗ କରିଛି। ଏପରିକି ଝିଅର ମୃତ୍ୟୁ ପରେ ନିଜ ଜୀବନ ପ୍ରତି ବିପଦ ରହିଥିବା ଦର୍ଶାଇ ସ୍ମିତାରାଣୀଙ୍କ ବାପା, ମା ଗାଁ ଘର ଛାଡିଛନ୍ତି। ତେଣୁ ଏହି ଘଟଣାକୁ ନେଇ ଆସନ୍ତା ୫ ତାରିଖରେ ରାଜ୍ୟର ସମସ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବ ବୋଲି ମହିଳା ମୋର୍ଚ୍ଚା ସଭାପତି ପ୍ରଭାତି ପରିଡ଼ା କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଭାତି କହିଛନ୍ତି ଯେ, ପୋଲିସ କେବଳ ରୂପେଶ ଭଦ୍ରଙ୍କୁ ଗିରଫ କରି ଘଟଣା ସମୟରେ ଉପସ୍ଥିତ ଅନ୍ୟ ୨ଜଣ ବିଜେଡି ନେତା ଏବଂ ସିମେଣ୍ଟ କମ୍ପାନୀ ଅଧିକାରୀଙ୍କୁ ତଦନ୍ତ ପରିସରଭୁକ୍ତ ଏ ଯାଏ କଲାନାହିଁ। ଯାଜପୁର ଏସ୍‌ପି ମୃତା ସ୍ମିତାରାଣୀଙ୍କ ବୃତ୍ତିଗତ ତଦନ୍ତ ନ କରି ବ୍ୟକ୍ତିଗତ ତଦନ୍ତ କରି ଚରିତ୍ରହନନ କରିଛନ୍ତି। ଶାସକ ଦଳ ଚାପରେ ଘଟଣାକୁ ଚପେଇ ଦେବା ପାଇଁ ଅପଚେଷ୍ଟା କରାଯାଉଛି। ମହିଳା କମିଶନ ଅଧ୍ୟକ୍ଷା ତଦନ୍ତ ନ କରି ମାମଲା ସରିଗଲାଣି ବୋଲି କହି ସମଗ୍ର ମହିଳା ସମାଜକୁ ନିନ୍ଦିତ କରିଛନ୍ତି। ଅପରପକ୍ଷରେ କେନ୍ଦ୍ରାପଡ଼ାର ଜଣେ ବିଜେଡି ନେତା ଜୈନିକ କର୍ମଜୀବୀ ମହିଳାଙ୍କୁ ପଦୋନ୍ନତି ଲୋଭ ଦେଖାଇ ନିର୍ଯାତନା ଦେଉଥିଲେ। ମହିଳା ଜଣକ ପୋଲିସ ନିକଟରେ ଅଭିଯୋଗ କରିବା ପରେ ମଧ୍ୟ ଶାସକ ଦଳ ଚାପରେ କୌଣସି ପଦକ୍ଷେପ ନିଆଯାଉନାହିଁ। ରାଜ୍ୟ ସରକାର ମହିଳା ସଶକ୍ତୀକରଣ, ମୋ ସରକାର, ମୋ ପୋଲିସ, ମୋ ପରିବାର ଏବଂ ୫-ଟି କଥା କହୁଥିବାବେଳେ ଜଣେ ମହିଳା ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କୁ ନ୍ୟାୟ ମିଳୁନାହିଁ। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା। ମୃତା ସ୍ମିତାରାଣୀଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଏବଂ ଯାଜପୁର ଏସ୍‌ପି ଏବଂ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର ଏବଂ ମହିଳାଙ୍କ ସୁରକ୍ଷା ନେଇ ଜିରୋ ଟଲେରାନ୍ସ ଗ୍ରହଣ କରିବା ଆଦି ଦାବି ନେଇ ଆସନ୍ତା ୫ ତାରିଖରେ ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ କରାଯିବ ବୋଲି ପ୍ରଭାତି କହିଛନ୍ତି। ପ୍ରଭାତି କେନ୍ଦ୍ରାପଡ଼ା ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ କରିବା ସହ ପୀଡ଼ିତା ମହିଳା ଓ ତାଙ୍କ ପରିବାର ସହ ସାକ୍ଷାତ୍‌ କରିବେ ବୋଲି ସୂଚନା ଦେଇଛନ୍ତି। ତେବେ ଏହି ଘଟଣାକୁ ନେଇ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ମଧ୍ୟ ଶାସକ ଦଳ ଉପରେ ବର୍ଷିଛନ୍ତି। ସୁର କହିଛନ୍ତି, ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ କରାଯିବା ଆବଶ୍ୟକ। ବିଧାନସଭା ଚାଲିବାବେଳେ ଭାଜପା ଚାହିଁଲେ ଏହି ପ୍ରସଙ୍ଗରେ କଂଗ୍ରେସ ସମର୍ଥନ ଦେବ ବୋଲି ସୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ କଟିବା ପରେ ସୂର୍ଯ୍ୟମଣିଙ୍କ ଘର ଆଗରେ ମେଳି

ଖଲ୍ଲିକୋଟ,୨୮ା୪(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକା ପ୍ରାର୍ଥୀ ରୂପେ ସୂର୍ଯ୍ୟମଣି ବୈଦ୍ୟଙ୍କ ନାମ ଘୋଷଣା ହୋଇଥିଲା କିନ୍ତୁ ଟିକେଟ୍‌ ପାଇଁ ନାମ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri