ଥରେଇଲା ବର୍ଷା, କୋହଲା ପବନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କୋହଲା ପବନ ସାଙ୍ଗକୁ ବର୍ଷା ଦେହ ମୁଣ୍ଡ ଥରାଇ ଦେଇଛି। ଗତ ଦୁଇଦିନ ହେବ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶରେ ବାଦଲ ଘୋଡ଼ାଇ ରଖିବା ସହ ତୁହାକୁ ତୁହା ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବୁଧବାର ସକାଳୁ ଆରମ୍ଭ ହୋଇଯାଇଥିଲା ବର୍ଷା। କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ପୁରୀ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଅନୁଗୋଳ, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଆଦି ଜିଲାର କେତେକ ସ୍ଥାନରେ ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଏହି ବର୍ଷା ଯୋଗୁ ବିରି, ମୁଗ ଓ ପନିପରିବା ଫସଲ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଅଧିକାଂଶ ସ୍ଥାନରେ ଏବଂ ରାଜ୍ୟର ଅନ୍ୟାନ୍ୟ ଭାଗର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୭ ତାରିଖରେ କନ୍ଧମାଳ , ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ୮ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ୨୨.୮ ମିଲିମିଟର ବର୍ଷା ହୋଇଥିବାବେଳେ ତାଳଚେରରେ ୧୩, ଚାନ୍ଦବାଲି ୯, କଟକ ୧୪, ଅନୁଗୋଳ ୧୦, ପୁରୀ ୬, ଭବାନୀପାଟଣା ୪.୪, ବଲାଙ୍ଗୀର ୧୧.୪, ଟିଟିଲାଗଡ଼ ୯, ନୟାଗଡ଼ ୭.୨, ଭୁବନେଶ୍ୱର ୨.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ କେତେକ ସ୍ଥାନରେ ଦିନର ତାପମାତ୍ରା ୫ରୁ ୭ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଦୁଇଦିନ ତଳେ ଦିନର ତାପମାତ୍ରା ୨୨ରୁ ୩୨ ଡିଗ୍ରୀ ସେଲସିୟସ ମଧ୍ୟରେ ରହୁଥିବାବେଳେ ବର୍ଷା ଓ କୋହଲା ପବନ ଯୋଗୁ ହଠାତ କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨୫ ଡିଗ୍ରୀ ତଳକୁ ଖସି ଯାଉଛି। ମାତ୍ର ରାତ୍ରୀର ତାପମାତ୍ରାରେ ସେଭଳି ହ୍ରାସ ହୋଇ ନାହିଁ। ଆସନ୍ତା ୯ ତାରିଖଠାରୁ ବର୍ଷା ଅପସରୀ ଯିବା ସହ ସର୍ବ ନିମ୍ନ ତାପମତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri