Posted inଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ

ଭୁବନେଶ୍ୱର, ୧୭ | ୯(କ୍ରୀଡ଼ା ପ୍ରତିନିଧି)-
ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ସୋମବାର ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଦେଶରୁ ୨୪୫ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ସିଙ୍ଗଲ୍ସ ବିଭାଗରେ ଓଡ଼ିଶା ପ୍ରତିଯୋଗୀମାନେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ନିକଟରେ ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ପ୍ରଥମ ରାଉଣ୍ଡରେ ଫ୍ରାନ୍ସର ଡେବାଭିଲାରି ଜାଭିୟର୍ସଙ୍କୁ ୨୧-୧୭, ୨୧-୧୮ ପଏଣ୍ଟରେ ପରାସ୍ତ କରିଛନ୍ତି। ଦିଲେଶ୍ୱର ରାଓ ଥାଇଲାଣ୍ଡର ସୋମତା ତାନାକୋନଙ୍କୁ ୨୧-୬, ୨୧-୧୨ରେ ହରାଇଥିବାବେଳେ ଦୀପରଞ୍ଜନ ବିଶୋଇ ମାଲେସିଆର ମହମ୍ମଦ ସାହେରିଙ୍କୁ ୨୧-୭, ୨୧-୧୦ ପଏଣ୍ଟରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ସିଙ୍ଗଲ୍ସର ଅନ୍ୟ ମ୍ୟାଚ ଏବଂ ଡବଲ୍ସ ଗ୍ରୁପ ମ୍ୟାଚ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri