Posted inଖେଳ

ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ୍‌ : ସାତ୍ତ୍ୱିକ୍‌- ଚିରାଗଙ୍କୁ ଡବଲ୍ଡ ଟାଇଟଲ

ବ୍ୟାଙ୍କକ୍‌,୪।୮: ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏହି ଦୁଇ ଭାରତୀୟ ଖେଳାଳି ୨୧-୧୯, ୧୮-୨୧, ୨୧- ୧୮ରେ ତୃତୀୟ ସିଡ୍‌ ଚାଇନାର ଲି ଜୁନ ହୁଇ- ଲିୟୁ ୟୁ ଚେନ୍‌ଙ୍କୁ ପରାସ୍ତ କରି ଚାମ୍ପିୟନ ହେବା ସହ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫାଇନାଲ ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ପ୍ରଥମ ଗେମ୍‌ରେ ଜିତିବା ପରେ ସାତ୍ତ୍ୱିକ ଓ ଚିରାଗ ଦ୍ୱିତୀୟ ସେଟରେ ପରାସ୍ତ ହୋଇଥିଲେ। ତେବେ ତୃତୀୟ ସେଟ୍‌ରେ କୌଣସି ତ୍ରୁଟି ନ କରି ଏହି ଯୋଡି ବିଜୟୀ ହେବା ସହ ମ୍ୟାଚ୍‌ ହାତେଇ ନେଇଥିଲେ। ବିଜୟୀ ହେବା ପାଇଁ ଏହି ଯୋଡି ଏକ ଘଣ୍ଟା ୨ ମିନିଟ ସମୟ ଆବଶ୍ୟକ କରିଥିଲେ। ଚଳିତ ସେସନରେ ଏମାନଙ୍କ ପାଇଁ ଏହା ପ୍ରଥମ ଫାଇନାଲ ମ୍ୟାଚ୍‌ ଥିଲା। ଉଲ୍ଲେଖଥାଉ କି, ବିଶ୍ୱର ୧୬ ନମ୍ବର ଯୋଡି ସାତ୍ତ୍ୱିକ ଓ ଶେଟ୍ଟୀ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପୁରୁଷ ଡବଲ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିଲେ। ଶନିବାର ଏହି ଯୋଡି ସେମିଫାଇନାଲରେ ଦକ୍ଷିଣ କୋରିଆର ପୂର୍ବତନ ବିଶ୍ୱ ଚାମ୍ପିୟନ କୋ ସଙ୍ଗ ହ୍ୟୁନ ଓ ଶିନ ବାଏକ ଚେଓଲଙ୍କୁ ୨୨-୨୦, ୨୨-୨୪, ୨୧-୯ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri