Posted inଖେଳ

ଥାଇଲାଣ୍ଡ ଓପନ୍‌ରୁ ଓହରିଲେ ସିନ୍ଧୁ

ବ୍ୟାଙ୍କକ୍‌, ୩୦।୭ (ପି.ଟି.)- ଶ୍ରେଷ୍ଠ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ବିଡବ୍ଲ୍ୟୁଏଫ୍‌ ସୁପର୍‌ ୫୦୦ ଇଭେଣ୍ଟରୁ ଓହରି ଯାଇଛନ୍ତି। ବୁଧବାରଠାରୁ ମୁଖ୍ୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଥିବାବେଳେ ସିନ୍ଧୁ ଏହାର ଗୋଟିଏ ଦିନ ପୂର୍ବରୁ ଓହରି ଯିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ କେଉଁ କାରଣ ଲାଗି ସେ ପ୍ରତିଯୋଗିତାରୁ ଓହରିଲେ ତାହା ଆୟୋଜକଙ୍କ ତରଫରୁ ସ୍ପଷ୍ଟ କରାଯାଇନାହିଁ। ଗତ ସପ୍ତାହରେ ସିନ୍ଧୁ ଇଣ୍ଡୋନେସିଆ ଓପନ୍‌ ଫାଇନାଲକୁ ପ୍ରବେଶ କରିଥିଲେ ମଧ୍ୟ ଜାପାନର ଏକାନେ ୟାମାଗୁଚିଙ୍କ ନିକଟରୁ ହାରି ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ। ଅପରପକ୍ଷରେ ଆଘାତଜନିତ କାରଣରୁ ଇଣ୍ଡୋନେସିଆ ଓ ଜାପାନ ଓପନ୍‌ରୁ ଓହରି ଯାଇଥିବା ସାଇନା ନେହ୍ବାଲ ଏହି ପ୍ରତିଯୋଗିତା ମାଧ୍ୟମରେ କୋଟ୍‌କୁ ପ୍ରତ୍ୟାବର୍ତ୍ତନ କରିବେ। ପ୍ରତିଯୋଗିତାରେ ୭ମ ସିଡ୍‌ ମାନ୍ୟତା ପାଇଥିବା ସାଇନା ମହିଳା ସିଙ୍ଗଲ୍ସର ଏକ ମୁକାବିଲାରେ ଜଣେ କ୍ୱାଲିଫାୟର ପ୍ରତିଯୋଗୀଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri