Posted inଜାତୀୟ

ଥାନା ବାହାରେ ୪ଘଣ୍ଟା ଧାରଣାରେ ବସିଲେ ମୋଦିଙ୍କ ଭାଇ

ଜୟପୁର, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଥାନା ଆଗରେ ପାଖାପାଖି ୪ଘଣ୍ଟା ଧାରଣାରେ ବସିଛନ୍ତି। ପୋଲିସ ସୁରକ୍ଷା ଯୋଗାଇ ନ ଦିଆଯିବାରୁ ଅଭିମାନ କରି ପ୍ରହ୍ଲାଦ ଜୟପୁର ଥାନା ବାହାରେ ଧାରଣାରେ ବସିଥିଲେ। ସୂନଚାଯୋଗ୍ୟ, ପ୍ରହ୍ଲାଦ ମୋଦି ମଙ୍ଗଳବାର ବିଳମ୍ବିତ ରାତିରେ ଜୟପୁର-ଆଜମେର ଜତୀୟ ରାଜମାର୍ଗରେ ଯାତ୍ରା କରୁଥିଲେ। ଏଥିପାଇଁ ସେ ପୋଲିସ ସୁରକ୍ଷା ଦାବି କରିଥିଲେ। କିନ୍ତୁ ସୁରକ୍ଷା ନ ମିଳିବାରୁ ସେ ବଗରୁ ଥାନାରେ ଧାରଣାରେ ବସିଥିଲେ। ଏହି ମାମଲାରେ ଜୟପୁର ପୋଲିସ ଆୟୁକ୍ତ ଆନନ୍ଦ ଶ୍ରୀବାସ୍ତବ କହିଛନ୍ତି, ସଡ଼କ ମାର୍ଗରେ ପୋଲିସ ସୁରକ୍ଷା ଯୋଗାଇ ଦେବା ସମ୍ଭବ ନୁହେଁ। କାରଣ ସେ ତା’ର ପାତ୍ର  ନୁହଁନ୍ତି। ତାଙ୍କୁ କେବଳ ୨ଟି ପିଏସଓ ଉପଲବ୍ଧ କରାଯିବାର ଆଦେଶ ଦିଆଯାଇଥିଲା। କିନ୍ତୁ ପ୍ରହ୍ଲାଦ ଏଥିରେ ରାଜି ହୋଇ ନ ଥିଲେ। ସେ ନିଜ ଗାଡି ପରିବର୍ତ୍ତେ ପୋଲିସ ଗାଡିରେ ଯାତ୍ରା କରିବାକୁ ଚାହୁଁଥିଲେ ବୋଲି ଆନନ୍ଦ କହିଛନ୍ତି। ପାଖାପାଖି ୪ ଘଣ୍ଟା ଧାରଣାରେ ବସିବା ପରେ ପୋଲିସ ବୁଝାସୁଝା କରିଥିଲା। ପରେ ସେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri