ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଗ୍ରାମରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ତୁରନ୍ତ ସେକେଣ୍ଡ ଅଫିସରଙ୍କୁ ନିଲମ୍ବନ ଓ ସେଠାରୁ ବଦଳି ଦାବିରେ ଥାନା ଘେରାଉ କରିବା ସହ ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।
ମାଡ଼ ଖାଇଥିବା ଯୁବକ ଦୀପକ ସେଠୀ(୨୦)ଙ୍କ ଅଭିଯୋଗ ମୁତାବକ, ସେ ବେସରକାରୀ ଭାବେ ବିଦ୍ୟୁତ୍‌ ମରାମତି କରନ୍ତି। ବୁଧବାର ଠାକୁରଗଡ ଥାନାକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ସେକେଣ୍ଡ ଅଫିସର ବେହେରା ଦୀପକଙ୍କୁ ଫୋନ କରି ଥାନା ଲାଇନ ମରାମତି କରିବାକୁ ଡାକିଥିଲେ। ବିଦ୍ୟୁତ୍‌ ସବ୍‌ ଷ୍ଟେଶନରୁ ବିଦ୍ୟୁତ୍‌ ସଂଯୋଗ କାଟିଲେ ଖୁଣ୍ଟରେ ଚଢି କାମ କରିହେବ ବୋଲି ଦୀପକ କହିଥିଲେ। ଏଥିସହ ସେତେବେଳେ ବର୍ଷା ମଧ୍ୟ ହେଉଥିବାରୁ ସେ ଥାନାକୁ ଆସି ନ ଥିଲେ। ହେଲେ ଗୁରୁବାର ସକାଳେ ଶଶିଭୂଷଣ ୪ ଜଣ ହୋମଗାର୍ଡଙ୍କୁ ସାଙ୍ଗରେ ନେଇ ଦୀପକଙ୍କୁ ଜବରଦସ୍ତ ଥାନାକୁ ଉଠାଇ ଆଣି ମାଡ଼ ମାରିବାରୁ ଦୀପକ ଅଚେତ ହୋଇପଡିଥିଲେ। ପରେ ତାଙ୍କୁ ପୋଲିସ ଘରେ ଛାଡି ଦେଇଥିଲା। ପରିବାର ଓ ଗ୍ରାମବାସୀ ଏ ସମ୍ପର୍କରେ ଜାଣିବା ପରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଲୋକେ ଥାନା ଘେରାଉ ସହ ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରିଥିଲେ। ଖବରପାଇ ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ ପହଞ୍ଚିଥିଲେ। ସମ୍ପୃକ୍ତ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରିବାକୁ ଗ୍ରାମବାସୀ ଦାବି କରିବାରୁ ଏସ୍‌ଡିପିଓ ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ଅଭିଯୋଗ ସମ୍ପର୍କରେ ଥାନା ସେକେଣ୍ଡ ଅଫିସର ବେହେରା କହିଛନ୍ତି, ଦୀପକ ମଦ୍ୟପାନ କରି ଗଣ୍ଡଗୋଳ କରିଥିବା ଯୋଗୁ ମାଡ ମରାଯାଇଥିଲା। ଏସ୍‌ଡିପିଓ କରିମ କହିଛନ୍ତି, ଦୀପକଙ୍କୁ ଶଶିଭୂଷଣ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ କରାଯାଇ ଏସ୍‌ପିଙ୍କୁ ରିପୋର୍ଟ ଦିଆଯିବ। ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ର କହିଛନ୍ତି, ଦୀପକଙ୍କୁ ମାଡ଼ ମରାଯିବା ଘଟଣାର ତଦନ୍ତ ପାଇଁ ଏସ୍‌ଡିପିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିବା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri