ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଗ୍ରାମରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ତୁରନ୍ତ ସେକେଣ୍ଡ ଅଫିସରଙ୍କୁ ନିଲମ୍ବନ ଓ ସେଠାରୁ ବଦଳି ଦାବିରେ ଥାନା ଘେରାଉ କରିବା ସହ ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।
ମାଡ଼ ଖାଇଥିବା ଯୁବକ ଦୀପକ ସେଠୀ(୨୦)ଙ୍କ ଅଭିଯୋଗ ମୁତାବକ, ସେ ବେସରକାରୀ ଭାବେ ବିଦ୍ୟୁତ୍‌ ମରାମତି କରନ୍ତି। ବୁଧବାର ଠାକୁରଗଡ ଥାନାକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ସେକେଣ୍ଡ ଅଫିସର ବେହେରା ଦୀପକଙ୍କୁ ଫୋନ କରି ଥାନା ଲାଇନ ମରାମତି କରିବାକୁ ଡାକିଥିଲେ। ବିଦ୍ୟୁତ୍‌ ସବ୍‌ ଷ୍ଟେଶନରୁ ବିଦ୍ୟୁତ୍‌ ସଂଯୋଗ କାଟିଲେ ଖୁଣ୍ଟରେ ଚଢି କାମ କରିହେବ ବୋଲି ଦୀପକ କହିଥିଲେ। ଏଥିସହ ସେତେବେଳେ ବର୍ଷା ମଧ୍ୟ ହେଉଥିବାରୁ ସେ ଥାନାକୁ ଆସି ନ ଥିଲେ। ହେଲେ ଗୁରୁବାର ସକାଳେ ଶଶିଭୂଷଣ ୪ ଜଣ ହୋମଗାର୍ଡଙ୍କୁ ସାଙ୍ଗରେ ନେଇ ଦୀପକଙ୍କୁ ଜବରଦସ୍ତ ଥାନାକୁ ଉଠାଇ ଆଣି ମାଡ଼ ମାରିବାରୁ ଦୀପକ ଅଚେତ ହୋଇପଡିଥିଲେ। ପରେ ତାଙ୍କୁ ପୋଲିସ ଘରେ ଛାଡି ଦେଇଥିଲା। ପରିବାର ଓ ଗ୍ରାମବାସୀ ଏ ସମ୍ପର୍କରେ ଜାଣିବା ପରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଲୋକେ ଥାନା ଘେରାଉ ସହ ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରିଥିଲେ। ଖବରପାଇ ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ ପହଞ୍ଚିଥିଲେ। ସମ୍ପୃକ୍ତ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରିବାକୁ ଗ୍ରାମବାସୀ ଦାବି କରିବାରୁ ଏସ୍‌ଡିପିଓ ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ଅଭିଯୋଗ ସମ୍ପର୍କରେ ଥାନା ସେକେଣ୍ଡ ଅଫିସର ବେହେରା କହିଛନ୍ତି, ଦୀପକ ମଦ୍ୟପାନ କରି ଗଣ୍ଡଗୋଳ କରିଥିବା ଯୋଗୁ ମାଡ ମରାଯାଇଥିଲା। ଏସ୍‌ଡିପିଓ କରିମ କହିଛନ୍ତି, ଦୀପକଙ୍କୁ ଶଶିଭୂଷଣ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ କରାଯାଇ ଏସ୍‌ପିଙ୍କୁ ରିପୋର୍ଟ ଦିଆଯିବ। ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ର କହିଛନ୍ତି, ଦୀପକଙ୍କୁ ମାଡ଼ ମରାଯିବା ଘଟଣାର ତଦନ୍ତ ପାଇଁ ଏସ୍‌ଡିପିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିବା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri