ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇପାରିବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ଫଣ୍ଡ ମଞ୍ଜୁର କରିଛନ୍ତି।
ଭୁବନେଶ୍ୱର-କଟକ ପୋଲିସ କମିଶନରେଟ୍‌ରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏ ଘୋଷଣା କରିଥିବା ବେଳେ ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଏବଂ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି। ସେହିପରି ୪ ମହିଳା ଥାନା, ୫ ଟ୍ରାଫିକ ଥାନା, ୧୫ ରେଲଓ୍ବେ ଥାନା, ୪ ସାଇବର ଥାନା, ଗୋଟିଏ ଅର୍ଥନୈତିକ ଅପରାଧ ଥାନା, ଗୋଟିଏ ଏସ୍‌ଟିଏଫ୍‌ ଥାନା, ଗୋଟିଏ ଏଚ୍‌ଆର୍‌ପିସି ଥାନା, ଗୋଟିଏ କ୍ରାଇମ୍‌ ବ୍ରାଞ୍ଚ ଥାନା ନିମେନ୍ତ ପ୍ରତ୍ୟେକଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି। ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏ ମଞ୍ଜୁର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri