ଥାନାଧିକାରୀଙ୍କ ବଦଳି ଦାବିରେ ଗ୍ରାମବାସୀ ଏସ୍‌ପିଙ୍କ ଦ୍ୱାରସ୍ଥ

କୋରାପୁଟ,୧୭।୮(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆ ଥାନାଧିକାରୀଙ୍କ ବଦଳି ଦାବି କରି ଦୁଇ ଗ୍ରାମର ଶତାଧିକ ଗ୍ରାମବାସୀ ଶନିବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଗତ ଜୁଲାଇ ୭ ତାରିଖରେ ନନ୍ଦପୁର ମେଡିକାଲଠାରେ ଚିକିତ୍ସିତ ହେଉଥିବା ନିଜ ଭଉଣୀକୁ ଦେଖିବା ପାଇଁ ପାଡୁଆରୁ ଦୁଇ ଯୁବକ ଏକ ବାଇକ ଯୋଗେ ନନ୍ଦପୁର ଯାଉଥିବା ବେଳେ ଭେଜା ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ଉଭୟଙ୍କୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣାରେ ପୂର୍ଣ୍ଣ ମାଝି ଓ ଲକ୍ଷ୍ମଣ ମାଝିଙ୍କର ମୃତ୍ୟୁ ହୋଇଥିଲା। ଏନେଇ ପରିବାର ଲୋକେ ପାଡୁଆ ଥାନାରେ ଏତଲା ଦେବା ସହ ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ଜବତ କରିବା ସହିତ ଡ୍ରାଇଭରକୁ ଗିରଫ ପାଇଁ ନିବେଦନ କରିଥିଲେ। କିନ୍ତୁ ଥାନାଧିକାରୀ ଘଟଣାରେ ଦୀର୍ଘଦିନ ଧରି ଚୁପ୍‌ ରହି ଅଭିଯୁକ୍ତମାନଙ୍କୁ ଘଣ୍ଟ ଘୋଡ଼ାଉଥିବା ଅଭିଯୋଗ କରିବା ସହ ଓଲଟା ମୃତକ ପରିବାରକୁ ବିଭିନ୍ନ ଆଳରେ ହଇରାଣ କରୁଥିବା ଦାବିପତ୍ରରେ ଦର୍ଶାଇଛନ୍ତି। ତେଣୁ ପାଡୁଆ ଥାନାଧିକାରୀଙ୍କୁ ତୁରନ୍ତ ଏଠାରୁ ଅନ୍ୟତ୍ର ବଦଳି ପାଇଁ ଦାବି କରିଛନ୍ତିି। ଏହି ଦାବିପତ୍ର ପ୍ରଦାନ ବେଳେ ପାଡୁଆ ଓ ଚାଟୁଆ ଅଞ୍ଚଳରୁ ସନୁ ମାଝି, ମଧୁ ମାଝି, ଆଦୁ ହିକକା, ସଣ୍ଡ ଖରା, ଗେମେଲ ପାଡୁ, ଧନୁ ଡୁମୁରି, କୁନ୍ଦ ପାଙ୍ଗି, ଘାସି ଖରା, ବୁଦୁ ମାଝି, ଜୟ ହନ୍ତାଳ, ମାଧବ ମାଝି, ସୁରେଶ ମାଝି ପ୍ରମୁଖ ଉପସ୍ଥିତ ରହି ଏସ୍‌ପିଙ୍କୁ ଦାବିପତ୍ର ଦେବା ସହ ଏହାର ଏକ ନକଲ କୋରାପୁଟ ଜିଲାପାଳଙ୍କୁ ମଧ୍ୟ ପ୍ରଦାନ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri