ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଥାନାଧିକାରୀଙ୍କୁ ଅଧିକ କ୍ଷମତା ଦିଆଯାଇଛି। ଶୁକ୍ରବାର ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଆଇପିସି-୧୮୮ ଧାରା ଓ ବିପର୍ଯ୍ୟୟ ପ୍ରଶମନ ଆଇନ-୨୦୦୫ ଅନୁସାରେ ଏହି କ୍ଷମତା ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ଏନେଇ ଦଣ୍ଡିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିପର୍ଯ୍ୟୟ ପ୍ରଶମନ ଆଇନ-୨୦୦୫ର ଧାରା ୫୧ରୁ ୬୦ ଏବଂ ଆଇପିସିର ୧୮୮ ଧାରାରେ ଥାନାଧିକାରୀମାନେ ମାମଲା ରୁଜୁ କରିପାରିବେ ବୋଲି ଗୃହ ବିଭାଗ ପକ୍ଷରୁ ଚିଠିରେ ସ୍ପଷ୍ଟ କରାଯାଇଛି। ଏହି ଆଇନ୍‌ ଅନୁସାରେ ଓଡ଼ିଶାରେ ସାଧାରଣ ଜନତାଙ୍କ ସହ ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ହେବ। ଏହାଛଡ଼ା କର୍ତ୍ତବ୍ୟରେ ଅବହେଳା ଏବଂ ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କଲେ ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତୁରନ୍ତ ଏହି ନିର୍ଦ୍ଦେଶ ଲାଗୁ କରିବା ସହ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri