ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସାମାଜିକ ନ୍ୟାୟ ଉପରେ ଆଲୋକପାତ କରିଥିଲେ ।
ଫାଉଣ୍ଡେଶନର ସଭାପତି ରଞ୍ଜନ କୁମାର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯକ୍ରମରେ ଶକ୍ତିପଥ ଟ୍ରଷ୍ଟର ସଭାପତି ଅର୍ଜୁନ ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ ।
ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା, ଆଇନଜୀବୀ ସୁଧାଂଶୁ କୁମାର ସେଠୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ମହାରଣା, ବ୍ୟାଙ୍କ ଅଫ ବରୋଦାର ପୂର୍ବତନ ବରିଷ୍ଠ ପ୍ରବନ୍ଧକ ହରଶ୍ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଥିଲେ । ଫାଉଣ୍ଡେଶନର ମୁଖ୍ୟ ଉପଦେଷ୍ଟା ହର୍ଷଚନ୍ଦ୍ର ରଥ ସ୍ବଗତ ଭାଷଣ ପ୍ରଦାନ କରିଥିବା ବେଳେ ସିଦ୍ଧାର୍ଥ ଶଙ୍କର ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଏପ୍ରିଲ ୨୮ରୁ ଦେଢମାସ ଧରି କମ୍ପ୍ୟୁଟର, ଇଂଲିଶ ଶିକ୍ଷା, ରିଜୋନିଂ, ଜେନେରାଲ ଆୱାରନେସ, ମୋବିଲିଟି ଟ୍ରେନିଂ ନେଇଥିବା ୨୮ ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏଥିସହ ଚଳିତ ଶିକ୍ଷାବର୍ଷରେ ଆରମ୍ଭ ହେବାକୁ ଥିବା କମ୍ପୁଟର ଓ ଧନ୍ଦାମୂଳକ ତାଲିମ ପାଠ୍ୟକ୍ରମରେ ନାମ ଲେଖାଥିବା ୧୦ ଛାତ୍ରୀଛାତ୍ରଙ୍କ ମଧ୍ୟ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ବରିଷ୍ଠ ସଦସ୍ୟ କୃପାସିନ୍ଧୁ ମୁଦୁଲି, ସାମାଜିକ କର୍ମୀ ଟିଙ୍କୁ ମିଶ୍ର, ପ୍ରଦୋଷ କୁମାର ସ୍ବାଇଁ, ମାଧବ କୁମାର ବିଷୋୟୀ, ଶିଶିର ମହାପାତ୍ର, ଶିବ ସୁବୁଦ୍ଧି, ନୀଳକଣ୍ଠ ପାତ୍ର, ପିଙ୍କି ରଥ, ଏ. ଚିନ୍ମୟ କୁମାର ପ୍ରମୁଖ ସଦସ୍ୟ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri