ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ଅବସରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ ବୈଠକରେ କର୍ମଚାରୀମାନଙ୍କ କାର୍ଯ୍ୟଦକ୍ଷତା ଅନୁଧ୍ୟାନ କରାଯାଇଥିଲା। ଏହାପରେ ମଙ୍ଗଳବାର ଏପରି ନିଷ୍ପତ୍ତି ଜିଲାପାଳ ନେଇଛନ୍ତି। କବିସୂର୍ଯ୍ୟନଗର ତହସିଲ କାର୍ଯ୍ୟାଳୟର ଉପବିଭାଗୀୟ ଅଧିକାରୀ କେ. ଜଗନ୍ନାଥ ରେଡ୍ଡୀ, ବେଗୁନିଆପଡା ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟର ବରିଷ୍ଠ କିରାଣି ସ୍ନେହପ୍ରଭା ପଟ୍ଟନାୟକ, ବୁଗୁଡା ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ଲକ୍ଷ୍ମଣ କୁମାର ବେହେରା ଓ ପ୍ରଦୀପ କୁମାର ବେହେରା ଏବଂ ଜଗନ୍ନାଥପ୍ରସାଦ ତହସିଲ କାର୍ଯ୍ୟାଳୟର ସହାୟକ ରାଜସ୍ବ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କୁ ସେମାନଙ୍କର କାର୍ଯ୍ୟକାଳ ସମାପ୍ତ ପୂର୍ବରୁ ପ୍ରାକ୍‌ ଅବସର ପ୍ରଦାନ କରିବା ପାଇଁ ଜିଲାପାଳଙ୍କ ପକ୍ଷରୁ ୩ମାସିଆ ନୋଟିସ୍‌ ଜାରି କରାଯାଇଛି। ନୋଟିସ୍‌ ଅବଧି ସମାପ୍ତି ପରେ ଏମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବ। ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ପ୍ରଣୟନ କରାଯାଇଥିବା ଚାକିରି ସର୍ତ୍ତାବଳୀ ମୁତାବକ ଏମାନଙ୍କର ଅବସର କାର୍ଯ୍ୟକାରୀ କରାଯିବ। ଗଞ୍ଜାମ ଜିଲାରେ ଏପରି ଘଟଣା ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri