Posted inଖେଳ

ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ଡୁପ୍ଲେସିଙ୍କ ଇସ୍ତଫା

ଜୋହାନ୍ସବର୍ଗ, ୧୭।୨(ପି.ଟି.)- ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ବରିଷ୍ଠ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଇସ୍ତଫା ଦେଇଛନ୍ତି। ସେ ୩ଟି ଫର୍ମାଟର ନେତୃତ୍ୱରୁ ଓହରିଯାଇଛନ୍ତି। ପରବର୍ତ୍ତୀ ପିଢିକୁ ସୁଯୋଗ ଦେବା ପାଇଁ ସେ ନେତୃତ୍ୱ ଛାଡିଛନ୍ତି ବୋଲି କହିଛନ୍ତି। ତେବେ ୩୫ ବର୍ଷୀୟ ଡୁପ୍ଲେସି ପୂର୍ବପରି ଦଳ ପାଇଁ ଖେଳ ଜାରି ରଖିବେ ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା ତରଫରୁ କୁହାଯାଇଛି। ଆସନ୍ତା ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପରେ ସେ ଖେଳ ଜାରି ରଖିବେ ନାହିଁ ବୋଲି ପରୋକ୍ଷରେ ସୂଚନା ଦେଇଛନ୍ତି। କିଛିଦିନ ତଳେ ଅନୁଷ୍ଠିତ ହୋଇଥିବା ଇଂଲଣ୍ଡ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜରେ ତାଙ୍କୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ଅନୁପସ୍ଥିତିରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୟୁଣ୍ଟନ ଡି କକ୍‌ ଦଳର ନେତୃତ୍ୱ ନେଇଥିଲେ। ନେତୃତ୍ୱ ଛାଡିବା ନିଷ୍ପତ୍ତି କଷ୍ଟକର ଥିଲା। ତେବେ ଡିକକ୍‌ଙ୍କୁ ସମର୍ଥନ କରୁଛି ବୋଲି ୩୫ ବର୍ଷୀୟ ଡୁପ୍ଲେସି କହିଛନ୍ତି।
ଇଂଲଣ୍ଡରେ ଅନୁଷ୍ଠିତ ଦିନିକିଆ ବିଶ୍ୱକପ୍‌ରେ ଡୁପ୍ଲେସିଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ପୁଣି ଏହାପରେ ଘରୋଇ ପରିବେଶରେ ଅନୁଷ୍ଠିତ ଟେଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ଇଂଲଣ୍ଡଠାରୁ ୩-୧ରେ ପରାସ୍ତ ହୋଇଥିଲା। ବ୍ୟାଟିଂ ପ୍ରଦର୍ଶନରେ ମଧ୍ୟ ତାଙ୍କର ଅବନତୀ ହୋଇଥିଲା। ୧୪ଟି ଟେଷ୍ଟ ଇନିଂସରୁ ସେ ୨୦.୯୨ ହାରରେ ରନ୍‌ ସଂଗ୍ରହ କରିଥିଲେ। ଫଳରେ ସେ ପ୍ରବଳ ଚାପର ସମ୍ମୁଖୀନ ହୋଇଥିଲେ। ଦଳର ବୃହତ୍ତର ସ୍ବାର୍ଥ ପାଇଁ ଏପରି ନଷ୍ପତ୍ତି ନେଇଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ତେବେ ୩ଟି ଯାକ ଫର୍ମାଟରେ ଖେଳ ଜାରି ରଖିବି ବୋଲି ଡୁପ୍ଲେସି ସ୍ପଷ୍ଟ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଓ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଡୁପ୍ଲେସି ଏହି ନିଷ୍ପତ୍ତି ନେଇଛନ୍ତି।
ଉଲ୍ଲେଖଥାଉ କି, ଡୁପ୍ଲେସିଙ୍କ ନେତୃତ୍ୱରେ ୩୬ଟି ଟେଷ୍ଟ ଖେଳି ଦକ୍ଷିଣ ଆଫ୍ରିକା ୧୮ଟିରେ ବିଜୟୀ ହୋଇଥିବା ବେଳେ ୧୫ଟିରେ ପରାଜୟ ବରଣ କରିଛି। ତେବେ ୩୯ଟି ଦିନିକିଆରୁ ଦକ୍ଷିଣ ଆଫ୍ରିକା ୨୮ ଓ ୩୭ଟି ଟି୨୦ରୁ ୨୩ଟିରେ ବିଜୟୀ ହୋଇଛି। ସେ ଏପର୍ଯ୍ୟନ୍ତ ୬୫ ଟେଷ୍ଟ, ୧୪୩ ଦିନିକିଆ ଓ ୪୪ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?