Posted inଖେଳ

ଦକ୍ଷିଣ ଆଫ୍ରିକା-ଏ ବିପକ୍ଷ ସିରିଜ: ଫୋକସ୍‌ରେ ଗିଲ୍‌

ଥିରୁଅନନ୍ତପୁରମ, ୨୮।୮ (ପି.ଟି.): ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ଓ ଭାରତ-ଏ କ୍ରିକେଟ୍‌ ଦଳ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ମନୀଷ ପାଣ୍ଡେଙ୍କ ନେତୃତ୍ୱରେ ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଥିବା ଯୁବ ବ୍ୟାଟ୍ସମ୍ୟାନ ଶୁବମନ ଗିଲ୍‌ଙ୍କ ଉପରେ ଏହି ସିରିଜରେ ନଜର ରହିବ। ନିକଟରେ ଭାରତ-ଏ ଦଳର ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଗିଲ୍‌ ଦମ୍‌ଦାର ପ୍ରଦର୍ଶନ କରିଥିଲେ ମଧ୍ୟ ସିନିୟର ଦଳରେ ସ୍ଥାନ ପାଇବାରୁ ବଞ୍ଚତ୍ତ ହୋଇଥିଲେ। ପଞ୍ଜାବର ଏହି ଷ୍ଟାଇଲିଶ ଡାହାଣହାତୀ ବ୍ୟାଟ୍ସମ୍ୟାନ ଚଳିତ ବର୍ଷ ପ୍ରାରମ୍ଭରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୨ଟି ଦିନିକିଆ ମ୍ୟାଚ୍‌ ଖେଳିବାର ସୁଯୋଗ ପାଇଥିଲେ। ଗିଲ୍‌ଙ୍କ ବ୍ୟତୀତ ଅଲ୍‌ରାଉଣ୍ଡର ବିଜୟ ଶଙ୍କର, ଅଧିନାୟକ ପାଣ୍ଡେ, କ୍ରୁନାଲ ପାଣ୍ଡ୍ୟା ଦୁଇ ଦ୍ରୁତ ବୋଲର ଖଲିଲ୍‌ ଅହମ୍ମଦ ଓ ଦୀପକ ଚହରଙ୍କ ଉପରେ ଚୟନକର୍ତ୍ତାଙ୍କ ନଜର ରହିବ। ଅପରପକ୍ଷରେ ତେମ୍ବା ବାଭୁମାଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା-ଏ ଦଳରେ ରିଜା ହେଣ୍ଡ୍ରିକ୍ସ, ହେନରିକ କ୍ଲାସେନ, ଏନ୍‌ରିଚ୍‌ ନୋର୍ଟେଜଙ୍କ ପରି ପ୍ରମୁଖ ଖେଳାଳି ରହିଥିବାରୁ ସିରିଜ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri