Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ

ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ସ୍ଥାନ ମିଳିନାହିଁ। ତେବେ ଆଘାତଜନିତ ସମସ୍ୟାରୁ ମୁକୁଳି ଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏହି ସିରିଜ ମାଧ୍ୟମରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବିଶ୍ୱକପ୍‌ ପରେ କ୍ରିକେଟ୍‌ରୁ ୨ ମାସ ବିଶ୍ରାମ ନେଇଥିବା ଧୋନୀ ଟେରୀଟୋରିଆଲ୍‌ ଆର୍ମିରେ ୧୫ ଦିନ ଡ୍ୟୁଟି ସମ୍ପନ୍ନ କରି ବର୍ତ୍ତମାନ ଆମେରିକାରେ ଛୁଟି କାଟୁଛନ୍ତି। କିନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଲାଗି ଚୟନକର୍ତ୍ତା ଧୋନୀଙ୍କ ଉପଲବ୍ଧି ନେଇ ତାଙ୍କ ସହ ଆଲୋଚନା କରିଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଅପରପକ୍ଷରେ ଆଘାତଜନିତ ସମସ୍ୟା ଲାଗି ଚଳିତ ଓ୍ବେଷ୍ଟଇଣ୍ଡିଜ ଟୁର୍‌ରୁ ବାଦ୍‌ ପଡ଼ିଥିବା ହାର୍ଦ୍ଦିକ ପୁଣିଥରେ ଦଳକୁ ଫେରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ ଖେଳିଥିବା ଦଳରୁ କେବଳ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇଛି।
ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ୍‌ ଶର୍ମା, ଲୋକେଶ ରାହୁଲ, ଶିଖର ଧାଓ୍ବନ, ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ରିଷଭ ପନ୍ତ (ଉଇକେଟ୍‌କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କ୍ରୁନାଲ ପାଣ୍ଡ୍ୟା, ଓ୍ବାଶିଂଟନ ସୁନ୍ଦର, ରାହୁଲ ଚହର, ଖଲିଲ୍‌ ଅହମ୍ମଦ, ଦୀପକ ଚହର ଓ ନବଦୀପ ସଇନି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri