Posted inଖେଳ

ଦକ୍ଷିଣ ଆଫ୍ରିକାର ପ୍ରଥମ ବିଜୟ

କାର୍ଡିଫ୍‌,୧୬।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ୫ଟି ମ୍ୟାଚ୍‌ ଖେଳିବା ପରେ ଦକ୍ଷିଣ ଆଫ୍ରିକା ପ୍ରଥମଥର ପାଇଁ ବିଜୟର ସ୍ବାଦ ଚାଖିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଦିବାରାତ୍ର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୧୧୬ଟି ବଲ ବାକି ରଖି ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହେବା ଫଳରେ ମ୍ୟାଚକୁ ୪୮ ଓଭରରେ ସୀମିତ ରଖାଯାଇଥିଲା। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଆଫଗାନିସ୍ତାନ ୩୪.୧ ଓଭରରେ ୧୨୫ ରନ କରି ଅଲଆଉଟ ହୋଇଥିଲା। ଦଳ ତରଫରୁ ରସିଦ ଖାଁ ସର୍ବାଧିକ ୩୫, ନୁର ଅଲି ଜଡ୍ରାନ ୩୨ ଓ ହଜରତୁଲ୍ଲା ଜାଜାଇ ୨୨ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଇମ୍ରାନ ତାହିର ସର୍ବାଧିକ ୪, କ୍ରିସ ମୋରିସ ୩, ଆଣ୍ଡିଲ ଫେଲୁକ୍ୱାୟୋ ୨, କାଗିସୋ ରାବାଡ଼ା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଦକ୍ଷିଣ ଆଫ୍ରିକା ୨୮.୪ ଓଭରରେ ଗୋଟିଏ ଉଇକେଟ ହରାଇ ୧୩୧ ରନ କରି ବିଜୟୀ ହୋଇଛି। କ୍ୱିଣ୍ଟନ ଡିକକ୍‌ ୬୮ ରନ କରି ଆଉଟ ହୋଇଥିବା ବେଳେ ହାସିମ ଅମଲା ୪୧ ଓ ଆଣ୍ଡିଲ ଫେଲୁକ୍ୱାୟୋ ୧୭ ରନ କରି ଅପରାଜିତ ରହି ଦଳକୁ ବିଜୟୀ କରାଇଥିଲେ। ଗୁଲବଦିନ ନାଇବ ଡିକକ୍‌ଙ୍କୁ ଆଉଟ କରିଥିଲେ। ୪ ଉଇକେଟ ଅକ୍ତିଆର କରିଥିବା ଅଭିଜ୍ଞ ସ୍ପିନର ତାହିର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହ ଦକ୍ଷିଣ ଆଫ୍ରିକା ୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୩ଟି ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୩ ପଏଣ୍ଟ ହାସଲ କରି ସପ୍ତମ ସ୍ଥାନରେ ରହିଛି। ଅନ୍ୟପଟେ ଆଫଗାନିସ୍ତାନ ୪ଟି ମ୍ୟାଚ୍‌ ଖେଳି ୪ଟି ପରାଜୟ ସହ ଖାତା ଖୋଲି ନ ପାରି ଅନ୍ତିମ ତଥା ଦଶମ ସ୍ଥାନରେ ରହିଛି।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୩୪.୧ ଓଭରରେ ୧୨୫ ଅଲଆଉଟ
(ରସିଦ- ୩୫, ଜଡ୍ରାନ- ୩୨, ଜାଜାଇ- ୨୨, ତାହିର- ୪/୨୯, ମୋରିସ- ୩/୧୩, ଫେଲୁକ୍ୱାୟୋ-୨/୧୮)।
ଦକ୍ଷିଣ ଆଫ୍ରିକା ୨୮.୪ ଓଭରରେ ୧୩୧/୧
(ଡିକକ- ୬୮, ଅମଲା-୪୧*, ଫେଲୁକ୍ୱାୟୋ- ୧୭*, ନାଇବ-୧/୨୯ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri