Posted inଜାତୀୟ

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ ଭାଷାକୁ ଅନିବାର୍ଯ୍ୟ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଦକ୍ଷିଣ ରାଜ୍ୟ ଗୁଡ଼ିକ ଏହାର ବିରୋଧ କରିଥିଲେ। ଶେଷରେ କେନ୍ଦ୍ର ସରକାର ମୁଣ୍ଡ ନୋଇବାକୁ ବାଧ୍ୟ ହୋଇଛନ୍ତି। ସୋମବାର ଶିକ୍ଷାନୀତି ଡ୍ରାଫ୍ଟକୁ ପରିବର୍ତ୍ତନ କରାଯାଇଛି। ନୂତନ ଡ୍ରାଫ୍ଟରେ ହିନ୍ଦୀକୁ ଅନିବାର୍ଯ୍ୟ କରାଯାଇନାହିଁ। ଏଥିରେ ସ୍କୁଲ ଶିକ୍ଷାରେ ତୃତୀୟ ଭାଷା ଚୟନକୁ ଶିକ୍ଷାର୍ଥୀଙ୍କ ଇଛାଧୀନ ଭାବେ ଅଭିହିତ କରାଯାଇଛି। ସୂଚନାଯୋଗ୍ୟ, ସରକାରଙ୍କ ଏଭଳି ଡ୍ରାଫ୍ଟର ବିରୋଧ କରି ଦକ୍ଷିଣ ରାଜ୍ୟଗୁଡ଼ିକ ଜାଣି ଶୁଣି ହିନ୍ଦୀକୁ ସ୍କୁଲ ଶିକ୍ଷାରେ ବାଧ୍ୟତାମୂଳକ କରାଯାଉଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri