ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବାକୁ କହିଲା ଉତ୍ତରକୋରିଆ

ସିଓଲ,୯।୬: ଦକ୍ଷିଣକୋରିଆ ସହିତ ସମସ୍ତ ସମ୍ପର୍କ ଛିନ୍ନ କରିବା ଲାଗି ଉତ୍ତରକୋରିଆର ମଙ୍ଗଳବାର ନିଷ୍ପତ୍ତି ନେଇଛି। ଉତ୍ତରକୋରିଆ ବିରୋଧରେ ହେଉଥିବା ଅପପ୍ରଚାର ରୋକିବାରେ ଦକ୍ଷିଣକୋରିଆ ଅସମର୍ଥ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। ଦକ୍ଷିଣକୋରିଆ ଶତ୍ରୁ ରାଷ୍ଟ୍ର ବୋଲି ଉତ୍ତରକୋରିଆ କହିଛି। ଏସମ୍ପର୍କରେ ଜଣାପଡ଼ିବା ପରେ ଦକ୍ଷିଣକୋରିଆର ଉଚ୍ଚ ଅଧିକାରୀଙ୍କ ପକ୍ଷରୁ ଉତ୍ତରକୋରିଆ ସହିତ ଯୋଗାଯୋଗ କରିବା ଉଦ୍ୟମ ହୋଇଥିଲା। ତେବେ କେହି ଫୋନ୍‌ ରିସିଭ୍‌ କରି ନ ଥିବା ଦକ୍ଷିଣକୋରିଆ କହିଛି। ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏବଂ ତାଙ୍କ ଭଉଣୀ କିମ୍‌ ୟୋ ଜୋଙ୍ଗ୍‌ଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି ଗ୍ରହଣ କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ୨୦୧୮ରେ ଦୁଇଦେଶ ମଧ୍ୟରେ କମ୍ୟୁନିକେଶନ ଲାଇନ୍‌ ସ୍ଥାପିତ ହୋଇଥିଲା। ଇତିମଧ୍ୟରେ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସହିତ ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜୋ ଇନ୍‌ଙ୍କର ୩ ଥର ବୈଠକ ହୋଇଛି। ୨୦୧୯ ଫେବୃୟାରୀ ପର୍ଯ୍ୟନ୍ତ ଦୁଇଦେଶ ମଧ୍ୟରେ ସମ୍ପର୍କ ଭଲ ଥିଲା। ତେବେ ଉତ୍ତରକୋରିଆ ଏବଂ ଆମେରିକାର ଆଲୋଚନା ବିଫଳ ହେବାପରେ ସମ୍ପର୍କ ଧୀରେଧୀରେ ଖରାପ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri