ଦକ୍ଷିଣା ନ ଦେବାରୁ ଭକ୍ତଙ୍କୁ ଖଣ୍ଡାରେ ହାଣିଲେ: ୨ ପୂଜକ ଗିରଫ

ପୁରୁଷୋତ୍ତମପୁର,୧୨ା୨(ଡି.ଏନ୍‌.ଏ.)- ଗଞ୍ଜାମର ଇଷ୍ଟଦେବୀ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦକ୍ଷିଣା ନ ଦେବାରୁ ଜଣେ ମହିଳା ଭକ୍ତଙ୍କୁ ପୂଜକ ଗାଳିଗୁଲଜ କରିବା ସହ ତାଙ୍କ ଜ୍ୱାଇଁଙ୍କୁ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ନଂ.୩୩/୨୦ରେ ମାମଲା ରୁଜୁକରି ୨ ଜଣ ପୂଜକଙ୍କୁ ପୋଲିସ ଗିରଫ କରିଛି।
ପ୍ରକାଶ ଯେ, ମଙ୍ଗଳବାର କୋଦଳା ଥାନା ଅନ୍ତର୍ଗତ ଜାପଟା ରାମପଲ୍ଲୀ ଗ୍ରାମର ଜଣେ ବ୍ୟକ୍ତି ନୂତନ ବସ୍‌ କିଣିଥିବାରୁ ପୂଜା କରିବାକୁ ପୁରୁଷୋତ୍ତମପୁର ତାରାତାରିଣୀ ମନ୍ଦିରକୁ ଆସିଥିଲେ। ଉକ୍ତ ବସ୍‌ରେ ସମ୍ପର୍କିୟଙ୍କ ସମେତ ଗ୍ରାମର ପ୍ରାୟ ୫୦ଜଣ ବ୍ୟକ୍ତିଙ୍କୁ ସେ ଆଣିଥିଲେ। ସେମାନଙ୍କ ମଧ୍ୟରୁ ସାରସ ବାରିକ ନାମ୍ନୀ ମହିଳା ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ପୂଜକ ଋଷି ରଣା ଓ ରାଜେନ୍ଦ୍ର ରଣା ତାଙ୍କୁ ୫ହଜାର ଟଙ୍କା ଦକ୍ଷିଣା ମାଗିଥିଲେ। ସେ ଏତେ ଟଙ୍କା ଦେବାକୁ ମନା କରିବାରୁ ତାଙ୍କୁ ଗାଳିଗୁଲଜ କରିଥିଲେ। ପାଖରେ ଥିବା ତାଙ୍କ ଜ୍ୱାଇଁ ଧନଞ୍ଜୟପୁର ଗ୍ରାମର ଅକ୍ଷୟ ପ୍ରଧାନ ଓରଫ ରାହୁଲ ଏହାର ପ୍ରତିବାଦ କରିଥିଲେ। ଫଳରେ ୨ ପୂଜକ ତାଙ୍କୁ ଖଣ୍ଡା ଆଣି ଅତି ନିର୍ମମ ଭାବେ ହାଣିଥିଲେ। ସେଠାରେ ଥିବା ପୁରୁଷୋତ୍ତମପୁରର ଅନ୍ୟ ଜଣେ ଭକ୍ତ ସୁଦାମ ମହାରଣାଙ୍କୁ ମଧ୍ୟ ରାହୁଲଙ୍କ ସମ୍ପର୍କିୟ ଭାବି ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସାରସ ଏନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପୂଜକ ଋଷି ଓ ରାଜେନ୍ଦ୍ରଙ୍କୁ ଗିରଫ କରିଛି।ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ କହିଛନ୍ତି।
ମନ୍ଦିରକୁ ଆସୁଥିବା ଭକ୍ତଙ୍କୁ ପୂଜକମାନେ ବାରମ୍ବାର ଏପରି ମାରପିଟ କରୁଛନ୍ତି। ମନ୍ଦିର ପାହାଡ଼ ତଳେ ପୋଲିସ ବିଭାଗ ପକ୍ଷରୁ ଭକ୍ତଙ୍କ ସୁରକ୍ଷା ପାଇଁ ଏକ ବିଟ୍‌ ହାଉସ ଖୋଲାଯାଇଛି। ମାତ୍ର ଏହି ବିଟ୍‌ ହାଉସରେ ପୋଲିସ ଅଫିସରଙ୍କୁ ନିଯୁକ୍ତି ଦେବା ବଦଳରେ ମାତ୍ର ୨ଜଣ କନଷ୍ଟେବଳଙ୍କୁ ନିଯୁକ୍ତି ଦେଇ ବିଭାଗ ଚୁପ୍‌ ବସିଛି। ଫଳରେ ଏଠାରେ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଞ୍ଚଳବାସୀ କହିଛନ୍ତି। ତୁରନ୍ତ ଏଠାରେ ପୋଲିସ ଅଫିସରଙ୍କୁ ନିଯୁକ୍ତି ଦେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri