ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଧନଞ୍ଜୟ ଡ୍ୟାମକୁ ଯାଇ ଭିତରେ ଥିବା ଭାସମାନ ଘରେ ମାଛ ଚାଷ ଅନୁଧ୍ୟାନ କରୁଥିଲେ। ବାହାରକୁ ଆସିବା ବେଳେ ଗୋଡ଼ ଖସି ଯାଇ ସେ ପାଣିରେ ବୁଡ଼ି ଯାଇଥିବା ଅନୁମାନ କରାଯାଉଛି। ସନ୍ଧ୍ୟାରୁ ତାଙ୍କୁ ବହୁ ଖୋଜାଖୋଜି କରାଯାଇଥିଲେ ହେଁ ତାଙ୍କ ପତ୍ତା ମିଳିପାରି ନ ଥିଲା। ସୋମବାର ସକାଳୁ ମୃତଦେହ ଡ୍ୟାମରେ ଭାସୁଥିବା ଦେଖିବାକୁ ମିଳିବା ପରେ ପୋଲିସ ଏହାକୁ ଉଦ୍ଧାର କରିଥିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିବା ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ତାଙ୍କ ନିଜ ଘର ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଠାକରପାଲ ଗ୍ରାମରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri