ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା

ଦିଗପହଣ୍ଡି,୧୮ା୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି। ସାହିରେ ରହୁଥିବା ଜଣେ ଗୋରୁ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀ ବିଭିନ୍ନ ଉପାୟରେ ମହିଳାମାନଙ୍କୁ ପ୍ରଲୋଭିତ କରି ଟଙ୍କା ଠକି ନେବାପରେ ଗତ କିଛିଦିନ ହେଲା ଗ୍ରାମରୁ ଫେରାର ହୋଇଯାଇଛନ୍ତି। ଏନେଇ ଗ୍ରାମର ବହୁ ସଂଖ୍ୟକ ମହିଳା ଦିଗପହଣ୍ଡି ଥାନାରେ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀଙ୍କ ନଁାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି। କେତେକ ନିର୍ଦ୍ଦିଷ୍ଟ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ କରାଇଦେବାର ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ବ୍ୟାଙ୍କକୁ ଡାକିନେଇ ବିଭିନ୍ନ ପର୍ଯ୍ୟାୟରେ କୌଶଳ କରି ମହିଳାମାନଙ୍କଠାରୁ ଏଭଳି ଠକେଇ କରାଯାଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସୂଚନା ପାଇଛି। ନିୟମିତ ବ୍ୟବଧାନରେ ଘରୋଇ ଅର୍ଥ ଲଗାଣ ସଂସ୍ଥାର କର୍ମଚାରୀମାନେ ଋଣ ଆଦାୟ ପାଇଁ ଗାଁ କୁ ଆସୁଥିବାବେଳେ ଠକେଇର ଶିକାର ହୋଇଥିବା ମହିଳାମାନେ ଋଣ ପରିଶୋଧ କରି ନ ପାରି ସେମାନଙ୍କୁ ଲୁଚୁଥିବା ଜାଣିବାକୁ ମିଳିଛି। ଏପରିକି କିଛି ମହିଳା ସେମାନଙ୍କ ସ୍ବାମୀମାନଙ୍କୁ ନ ଜଣାଇ ଋଣ ଟଙ୍କା ଆଣି ଏବେ ଠକେଇର ଶିକାର ହୋଇଥିବାରୁ ଘରେ ଘରେ ଅଶାନ୍ତି ଲାଗିରହିଛି। ମହିଳାମାନଙ୍କ ସରଳତାର ସୁଯୋଗ ନେଇ ଠକ ଦମ୍ପତି ଗାଁରୁ ଚମ୍ପଟ ମାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri