ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା ଘଟିଥିବାରୁ ମୃତଦେହ ପଚି ଦୁର୍ଗନ୍ଧମୟ ହେଉଥିଲା। ମୃତ ଦମ୍ପତି ହେଲେ ଉକ୍ତ ଗ୍ରାମର ବିଶ୍ୱଜିତ ମହାନ୍ତି(୨୯) ଓ ତାଙ୍କ ସ୍ତ୍ରୀ ଲିିଲି ପ୍ରଧାନ(୨୭)। ଖବରପାଇ ନିମାପଡ଼ା ଥାନା ଆଇଆଇସି ଜନାର୍ଦ୍ଦନ ପାଢ଼ୀ ଓ ଏସଆଇ ସନ୍ଧ୍ୟାରାଣୀ ବିଶ୍ୱାଳ ଟିମ ସହ ପହଞ୍ଚତ୍ ମୃତଦେହକୁ ଜବତ କରିଥିଲେ। ଏ ସମ୍ପର୍କରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି। ସୋମବାର ପୁରୀର ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ପରେ ଶବ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଆଇଆଇସି ପାଢ଼ୀ କହିଛନ୍ତି। ଅପରପକ୍ଷେ ବିଶ୍ୱଜିତ ଓ ତାଙ୍କ ସ୍ତ୍ରୀ ଗତ ୫ଦିନ ହେବ ଘରରୁ ବାହାରି ନ ଥିବାବେଳେ ଏହି ଦିନ ମଧ୍ୟରେ ଉଭୟେ ଆତ୍ମହତ୍ୟା କରିଥିବା ଗ୍ରାମବାସୀଙ୍କଠାରୁ ସୂଚନା ମିଳିଛି। ତେବେ ମୃତ୍ୟୁର ସ୍ପଷ୍ଟ କାରଣ ଜଣାପଡି ନାହିଁ।
ପୋଲିସ ସୂଚନା ମୁତାବକ, ରେଞ୍ଚ ମହାନ୍ତିସାହି ଗ୍ରାମରେ ବିଶ୍ୱଜିତ ମା’ବାପାଙ୍କ ସହ ସପରିବାର ରହୁଥିଲେ। ତେବେ ବିଶ୍ୱଜିତଙ୍କ ମାଆଙ୍କ ଦେହ ଖରାପ ଥିବାରୁ ଚିକିତ୍ସା ପାଇଁ ମା’ବାପା ୧୦ଦିନ ତଳେ କଟକ ଯାଇଥିଲେ। ଚିକିତ୍ସା ସାରି ରବିବାର ଫେରି ଘର କବାଟ ଖୋଲିବା ବେଳେ କିଛି ପଚାଗନ୍ଧ ହେଉଥିବାର ଜାଣିପାରିଥିଲେ। ପରେ ଘର ଭିତରକୁ ଯିବାବେଳେ ପୁଅ ବୋହୂ ଦୁଇଜଣ ଘର ବାରଣ୍ଡା ଗମାରେ ଥିବା ଫ୍ୟାନରେ ଏକ ପ୍ଲାଷ୍ଟିକ ରଶିରେ ବାନ୍ଧି ହୋଇ ଝୁଲୁଥିବାର ଦେଖିଥିଲେ। ପରେ ସ୍ଥାନୀୟଲୋକ ଜାଣି ପୋଲିସକୁ ଜଣାଇଥିଲେ। ତେବେ ଘରେ କେହି ନ ଥିବାର ସୁଯୋଗ ନେଇ ଘର ଗେଟ ଭିତର ପଟୁ ତାଲା ପକାଇ କୌଣସି କାରଣରୁ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଗ୍ରାମରେ ଚର୍ଚ୍ଚା ହୋଇଛି। ଏହି ଘଟଣା ନେଇ ନାନା ସନ୍ଦେହ ସୃଷ୍ଟି ହେଉଥିବାବେଳେ ଝୁଲନ୍ତା ଶବକୁ ଦେଖିବା ପାଇଁ ଗ୍ରାମରେ ଲୋକଙ୍କ ଭିଡ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri