ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା ଘଟିଥିବାରୁ ମୃତଦେହ ପଚି ଦୁର୍ଗନ୍ଧମୟ ହେଉଥିଲା। ମୃତ ଦମ୍ପତି ହେଲେ ଉକ୍ତ ଗ୍ରାମର ବିଶ୍ୱଜିତ ମହାନ୍ତି(୨୯) ଓ ତାଙ୍କ ସ୍ତ୍ରୀ ଲିିଲି ପ୍ରଧାନ(୨୭)। ଖବରପାଇ ନିମାପଡ଼ା ଥାନା ଆଇଆଇସି ଜନାର୍ଦ୍ଦନ ପାଢ଼ୀ ଓ ଏସଆଇ ସନ୍ଧ୍ୟାରାଣୀ ବିଶ୍ୱାଳ ଟିମ ସହ ପହଞ୍ଚତ୍ ମୃତଦେହକୁ ଜବତ କରିଥିଲେ। ଏ ସମ୍ପର୍କରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି। ସୋମବାର ପୁରୀର ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ପରେ ଶବ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଆଇଆଇସି ପାଢ଼ୀ କହିଛନ୍ତି। ଅପରପକ୍ଷେ ବିଶ୍ୱଜିତ ଓ ତାଙ୍କ ସ୍ତ୍ରୀ ଗତ ୫ଦିନ ହେବ ଘରରୁ ବାହାରି ନ ଥିବାବେଳେ ଏହି ଦିନ ମଧ୍ୟରେ ଉଭୟେ ଆତ୍ମହତ୍ୟା କରିଥିବା ଗ୍ରାମବାସୀଙ୍କଠାରୁ ସୂଚନା ମିଳିଛି। ତେବେ ମୃତ୍ୟୁର ସ୍ପଷ୍ଟ କାରଣ ଜଣାପଡି ନାହିଁ।
ପୋଲିସ ସୂଚନା ମୁତାବକ, ରେଞ୍ଚ ମହାନ୍ତିସାହି ଗ୍ରାମରେ ବିଶ୍ୱଜିତ ମା’ବାପାଙ୍କ ସହ ସପରିବାର ରହୁଥିଲେ। ତେବେ ବିଶ୍ୱଜିତଙ୍କ ମାଆଙ୍କ ଦେହ ଖରାପ ଥିବାରୁ ଚିକିତ୍ସା ପାଇଁ ମା’ବାପା ୧୦ଦିନ ତଳେ କଟକ ଯାଇଥିଲେ। ଚିକିତ୍ସା ସାରି ରବିବାର ଫେରି ଘର କବାଟ ଖୋଲିବା ବେଳେ କିଛି ପଚାଗନ୍ଧ ହେଉଥିବାର ଜାଣିପାରିଥିଲେ। ପରେ ଘର ଭିତରକୁ ଯିବାବେଳେ ପୁଅ ବୋହୂ ଦୁଇଜଣ ଘର ବାରଣ୍ଡା ଗମାରେ ଥିବା ଫ୍ୟାନରେ ଏକ ପ୍ଲାଷ୍ଟିକ ରଶିରେ ବାନ୍ଧି ହୋଇ ଝୁଲୁଥିବାର ଦେଖିଥିଲେ। ପରେ ସ୍ଥାନୀୟଲୋକ ଜାଣି ପୋଲିସକୁ ଜଣାଇଥିଲେ। ତେବେ ଘରେ କେହି ନ ଥିବାର ସୁଯୋଗ ନେଇ ଘର ଗେଟ ଭିତର ପଟୁ ତାଲା ପକାଇ କୌଣସି କାରଣରୁ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଗ୍ରାମରେ ଚର୍ଚ୍ଚା ହୋଇଛି। ଏହି ଘଟଣା ନେଇ ନାନା ସନ୍ଦେହ ସୃଷ୍ଟି ହେଉଥିବାବେଳେ ଝୁଲନ୍ତା ଶବକୁ ଦେଖିବା ପାଇଁ ଗ୍ରାମରେ ଲୋକଙ୍କ ଭିଡ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri