ଦମ୍ପତିଙ୍କୁ ଖୁଣ୍ଟରେ ବାନ୍ଧି ବିଷ୍ଠା ଖୁଆଇବା ଘଟଣା:ଉଭୟ ପକ୍ଷର ୭ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ରାଣୀଗାଁରେ ଗୁଣି ଗାରେଡି ସନ୍ଦେହରେ କେତେଜଣ ଲୋକ ରବିବାର ଏକ ଦମ୍ପତିଙ୍କୁ ଖୁଣ୍ଟିରେ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ବିଷ୍ଠା ଖୁଆଇବା ଘଟଣାରେ ଚାପା ଉତ୍ତେଜନା ଲାଗିରହିଛି। ଗାଁରେ ପୋଲିସ ପଇଁତରା ମାରିବା ସହ ପରିସ୍ଥିତି ଉପରେ ନଜର ରଖିଛି। ଘଟଣାକୁ ନେଇ ଦମ୍ପତିଙ୍କ ପରିବାର ଓ ସାହି ବାସିନ୍ଦାଙ୍କ ପକ୍ଷରୁ ଜଣେ ମହିଳା ପରସ୍ପର ବିରୋଧରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୃଥକ ୨ ମାମଲା ରୁଜୁ ହୋଇଥିବା ବେଳେ ଉଭୟ ପକ୍ଷର ୭ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।
ନିର୍ଯାତନାର ଶିକାର ହୋଇଥିବା ଦମ୍ପତିଙ୍କ ପୁଅ ଅରୁଣ ଦାସ ତାଙ୍କ ଗ୍ରାମର ୧୦ଜଣ ବ୍ୟକ୍ତି ମାରଣାସ୍ତ୍ର ଧରି ବଳପୂର୍ବକ ଘରେ ପଶି ତାଙ୍କୁ ଓ ପରିବାର ଲୋକଙ୍କୁ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତିକରି ରୁଜୁ ହୋଇଥିବା ମାମଲା ନଂ.୧୪୯/୧୯ ପ୍ରକାରେ ନୀଳା ଦାସ, କଂଗ୍ରେସ ଦାସ, ପପୁନ ଦାସ, ଉପେନ୍ଦ୍ର ଦାସ, ବଳରାମ ଦାସଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଅନ୍ୟ ଜଣେ ଫେରାର ଅଛନ୍ତି। ଅନ୍ୟପକ୍ଷରେ ପୂର୍ବ ଶତ୍ରୁତାକୁ ନେଇ ସ୍ବାମୀ, ଦାଦା ଶ୍ୱଶୁର ଓ ପୁଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା କଂଗ୍ରେସ ଦାସଙ୍କ ସ୍ତ୍ରୀ ମାମିଙ୍କ ପାଲଟା ଅଭିଯୋଗ ପ୍ରକାରେ ନଂ.୧୫୦/୧୯ରେ ଅରୁଣ ଓ ତାଙ୍କ ବାପା ତଥା ନିର୍ଯାତନା ପାଇଥିବା ଅଭିଯୋଗ ଆସିଥିବା ବଂଶୀଙ୍କୁ କୋର୍ଟ ଚାଲାଣ କରାଯାଇଛି। ବଂଶୀଙ୍କ ସ୍ତ୍ରୀ, ଝିଅ ଓ ଭଉଣୀଙ୍କୁ ସିଆରପିସିର ଧାରା ୪୧ ପ୍ରକାରେ ନୋଟିସ ଦେଇ ଥାନାରୁ ଛାଡି ଦିଆଯାଇଥିବା ମାମଲାର ତଦନ୍ତ କରୁଥିବା ଏଏସଆଇ ପଦ୍ମନାଭ ଗୌଡ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri