ଦର ବୃଦ୍ଧି ନିୟନ୍ତ୍ରଣରେ କେନ୍ଦ୍ର ବିଫଳତାର ପ୍ରତିବାଦ: ସିପିଏମ୍‌ ଆଞ୍ଚଳିକ କମିଟିର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୬ା୧୧-ସିପିଏମ୍‌ ବ୍ରହ୍ମପୁର ଆଞ୍ଚଳିକ କମିଟି ପକ୍ଷରୁ ସୋମବାର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାରଙ୍କ ବିଫଳତା ପ୍ରତିବାଦରେ ଏହି ଆନ୍ଦୋଳନ ସୂତ୍ରପାତ ହୋଇଥିଲା। କମିଟି ସମ୍ପାଦକ ଯୁଧିଷ୍ଠିର ବେହେରା ଏହାର ନେତୃତ୍ୱ ନେଇଥିଲେ। ଗଞ୍ଜାମ ଜିଲା କମିଟି ସମ୍ପାଦକ କୈଳାସ ଷଡ଼ଙ୍ଗୀଙ୍କ ସମେତ ବିଦ୍ୟାଧର ଜେନା, କିଶୋର ମିଶ୍ର ଓ ବସନ୍ତ ନନ୍ଦ ପ୍ରମୁଖ ଆୟୋଜିତ ପ୍ରତିବାଦ ସମାବେଶରେ କେନ୍ଦ୍ରର ଜନମାରଣ ନୀତି ବିରୋଧରେ ବର୍ଷିଥିଲେ। ୨୦୧୪ ସାଧାରଣ ନିର୍ବାଚନ ବେଳେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ ନ କରି କେବଳ ପୁଞ୍ଜିପତି ତୋଷଣ ନୀତି ଚଳାଇଥିବା ବାମପନ୍ଥୀ ନେତାମାନେ ତୀବ୍ର ସମାଲୋଚନା କରିଥିଲେ। ମହଜୁଦକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ କରାଯାଉ ନ ଥିବାରୁ ମନଇଚ୍ଛା ଦରବୃଦ୍ଧି କରାଯାଉଥିବା ଅଭିଯୋଗ ହୋଇଥିଲା। ଆନ୍ଦୋଳନ ସ୍ଥଳରେ କୁହାଯାଇଥିଲା କେନ୍ଦ୍ର ସରକାର ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଦଳିମକଚି ସାଧାରଣ ଜନତାଙ୍କୁ କଲବଲ କରୁଛନ୍ତି। ଏବେ ପିଆଜର ମୂଲ୍ୟବୃଦ୍ଧି ଗରିବ, ଖଟିଖିଆ ଓ ସବୁବର୍ଗର ଲୋକଙ୍କୁ କନ୍ଦାଉଛି । ସରକାର ପିଆଜ ଚାଷୀଙ୍କୁ ସହାୟକ ମୂଲ୍ୟ ଦେଇଥିଲେ ଏଭଳି ଘଟଣା ଘଟି ନ ଥାନ୍ତା ବୋଲି ନେତାମାନେ କଟାକ୍ଷ କରିଥିଲେ। ସରକାରୀ ଖୁଚୁରା ବିକ୍ରି କେନ୍ଦ୍ରରେ ସ୍ବଳ୍ପ ମୂଲ୍ୟରେ ଆଳୁ, ପିଆଜ ଯୋଗାଇବା ଏବଂ ପିଆଜ ଚାଷୀଙ୍କୁ ସମସ୍ତ ସୁବିଧା ଯୋଗାଇବାକୁ ଦାବି କରାଯାଇଥିଲା। ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ଶିବ ପ୍ରସାଦ ମହାପାତ୍ର, ବାବୁଲା ନାୟକ, ହରି ନାହାକ, ଚିଟି ବାବୁ, ରଞ୍ଜନ ପାତ୍ର, ଊର୍ମିଳା ଜେନା, ବିଷ୍ଣୁପ୍ରିୟା ସାହୁ, ପଞ୍ଚାନନ ଜେନା, ଆଦିତ୍ୟ ପାଣିଗ୍ରାହୀ ପ୍ରମୁଖ ଭାଷଣ ପ୍ରସଙ୍ଗରେ ରାଜ୍ୟ ସରକାର ଦରଦାମ କମାଇବାରେ ଚୁପ ରହିଥିବା ଅଭିଯୋଗ କରିଥିଲେ ।
ଅବସରରେ ସିପିଏମ୍‌ର ଏକ ପ୍ରତିନିଧି ଦଳ ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଆଦିବାସୀଙ୍କୁ ଜଙ୍ଗଲ ଜମି ଅଧିକାର ଦେବା, ଆଙ୍କୁଲି ରେଲୱେ ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ତୁରନ୍ତ ସମ୍ପୂର୍ଣ୍ଣ କରିବା ପାଇଁ ଦାବି କରିଥିଲେ। ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ଜିଲାପାଳ ହସ୍ତକ୍ଷେପ କରିବା ପାଇଁ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri