ଦରମା ଦାବିରେ ଶିକ୍ଷକ ସଂଘର ତାଲା ବନ୍ଦ

ବିଶୋଇ,୫ା୧୦(ଡି.ଏନ୍‌.ଏ.)- ନିର୍ଦ୍ଧାରିତ ସମୟରେ ଦରମା ନ ପାଇ ଶୁକ୍ରବାର ବିଶୋଇ ବ୍ଲକ ଲେବଲ-ଭି ଏକ୍ସକ୍ୟାଡ଼ର ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦିଆଯାଇଥିଲା। ସଂଘର ସଭାପତି ରବୀନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଉପସଭାପତି ଚନ୍ଦ୍ରମୋହନ ଟୁଡୁ, ସମ୍ପାଦକ ବାଜିନାଥ ଟୁଡୁ, ସହ ସମ୍ପାଦକ ପର୍ଶୁରାମ ଦତ୍ତଙ୍କ ସମେତ ଏକ୍ସକ୍ୟାଡ଼ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଆନ୍ଦୋଳନରେ ସାମିଲ ହୋଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ଦୁର୍ଗାପୂଜା ଛୁଟି ଅବକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ସେପ୍ଟେମ୍ବର ମାସର ୩୦ ତାରିଖ ସୁଦ୍ଧା ଲେବଲ – ଭି ଏକ୍ସକ୍ୟାଡ଼ର ଶିକ୍ଷକମାନଙ୍କୁ ଦରମା ପ୍ରଦାନ ନିମନ୍ତେ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରାଯାଇଥିଲା। କିନ୍ତୁ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି କର୍ଣ୍ଣପାତ ନ କରିବାରୁ ସଂଘ ପକ୍ଷରୁ ଏହି ତାଲା ବନ୍ଦ ଅନ୍ଦୋଳନ କରାଯାଇଥିଲା। ବେତନ ପ୍ରଦାନ ନିମନ୍ତେ ଉପରିସ୍ଥ ବିଭାଗ ପକ୍ଷରୁ କୌଣସି ପ୍ରସ୍ତାବ ଆସି ନ ଥିବାରୁ ଦରମା ପ୍ରଦାନରେ ବିଳମ୍ବ ହୋଇଥିବା ବିଇଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri