ଦଲାଲଙ୍କ ଗିରଫ ଦାବି କଲେ ଦାଦନ

ବ୍ରହ୍ମପୁର ଅଫିସ୍‌,୬ା୧୨- କର୍ନାଟକରୁ ଖସି ଆସିଥିବା ୪୨ ଦାଦନ ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ନିକଟରେ ଦଲାଲଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଜଣେ ମୁଖ୍ୟ ଦଲାଲ୍‌ ଏବଂ ତାଙ୍କର ୩ ସହଯୋଗୀ ଏହି ଦାଦନ ଶ୍ରମିକମାନଙ୍କୁ କର୍ନାଟକ ଚାଲାଣ କରିଥିଲେ।
ମାସିକ ୧୩ହଜାର ଟଙ୍କା ଦରମା ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ହେଲେ ଟଙ୍କାଟିଏ ମଧ୍ୟ ମିଳି ନ ଥିଲା। ଏପରିକି ଖାଇବାକୁ ଠିକ୍‌ରେ ଦେଉ ନ ଥିଲେ। ସ୍ଥାନୀୟ ପ୍ରଶାସନର ସହଯୋଗରେ ସେଠାରୁ ଖସି ଆସିଥିଲେ ଏହି ଦାଦନ ଶ୍ରମିକମାନେ। ବୁଧବାର ଶ୍ରମ କମିଶନର୍‌ଙ୍କ ନିକଟରେ ଅଭିଯୋଗ କରିବା ପରେ ଗୁରୁବାର ଡିଆଇଜିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଦଲାଲମାନେ ନାନା ପ୍ରଲୋଭନ ଦେଖାଇ ସେମାନଙ୍କୁ ନିର୍ଯାତନା ଦେଇଛନ୍ତି। କେବଳ ସେମାନେ ନୁହନ୍ତି, ଏହି ଦଲାଲ୍‌ମାନେ ଜିଲାର ବିଭିନ୍ନ ଅଞ୍ଚଳରୁ ଲୋକମାନଙ୍କୁ ବାହାର ରାଜ୍ୟକୁ ପଠାଉଛନ୍ତି । ସେଠାରେ ଶ୍ରମିକମାନେ ନିର୍ଯାତିତ ହେଉଛନ୍ତି। ଏଣୁ ତୁରନ୍ତ ଏହି ଦଲାଲମାନଙ୍କୁ ଗିରଫ କରିବାକୁ ଶ୍ରମିକମାନେ ଡିଆଇଜିଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri