ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ

ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ସ୍ଥାନୀୟ କରକେଇ ପୀଠଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିଲାପରିଷଦ ସଭ୍ୟ ରାମଚନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମଧୁସ୍ମିତା ସାହୁ, ଏରସମା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣବ ସ୍ବାଇଁ, ବାଲିକୁଦା ବ୍ଲକ ବିଜେଡି ସଭାପତି ରତ୍ନାକର ନାୟକ, ବଡ଼ଗାଁ ପଞ୍ଚାୟତ ବିଜେଡି ସଭାପତି ଉପେନ୍ଦ୍ର ନାଥ ବିଶ୍ୱାଳ, ସମିତିସଭ୍ୟା ସୁଚିସ୍ମିତା ପଟ୍ଟନାୟକ, ବ୍ଲକ ବିଜେଡି କୃଷକ ମୋର୍ଚ୍ଚା ସଭାପତି ସନ୍ତୋଷ ରାୟ, ଛାତ୍ର ବିଜେଡି ସଭାପତି କମଳ କିରଣ ବିଶ୍ୱାଳ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଦାସ ସରପଞ୍ଚ ବିଶ୍ୱାଳଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ବାଗତ କରିଥିଲେ। କଂଗ୍ରେସ କର୍ମୀ ଭୋଳିନାଥ ନାୟକ, ଭକ୍ତଚରଣ ଜେନା, ସତ୍ୟାନନ୍ଦ ଲେଙ୍କା, ଚନ୍ଦ୍ରମଣି ଦାସ, ଈଶ୍ୱର ନାୟକ, ପ୍ରମୋଦ ନାୟକ, ବସନ୍ତ ପରିଡ଼ା, ଦିବାକର ରାୟ, ସସ୍ମିତା ବିଶ୍ୱାଳ, ମୀନାକ୍ଷୀ ଭୋଳ, ଗୋବର୍ଦ୍ଧନ ବିଶ୍ୱାଳ, ପ୍ରହଲ୍ଲାଦ ଜେନା, ପ୍ରମୋଦ ସାହୁ, ଚିନ୍ମୟୀ ଜେନା, ଲୋକନାଥ ରାଉତ ଏହି ଅବସରରେ ବିଜେଡିରେ ଯୋଗଦେଇଥିବା ବେଳେ ତାଙ୍କୁ ଦଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ବିଜେଡିରେ ମିଶିବା ପରେ ସରପଞ୍ଚ ବିଶ୍ୱାଳ କୁହନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତି ଓ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଆଦର୍ଶ ଓ ବିଚାରଧାରାରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବଡଗାଁର ପୂର୍ବତନ ସମିତିସଭ୍ୟ ନବକିଶୋର ଜେନା, ପୂର୍ବତନ ସମିତିସଭ୍ୟ ହରତଶ୍ଚନ୍ଦ୍ର ଶତପଥୀ, ପ୍ରକାଶ ରାୟ, ନାଏବ ସରପଞ୍ଚ ବିଶ୍ୱନାଥ ଦାସ, ପୂର୍ବତନ ସରପଞ୍ଚ ହେମନ୍ତ ସେଠୀ, ସରୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri