‘ଦଳଗତ ପ୍ରୟାସ ଜାରି ରଖ’

ଢେଙ୍କାନାଳ ଅଫିସ, ୨୮।୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସଭାଗୃହରେ ଗୁରୁବାର ପୂର୍ବାହ୍ନରେ ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ଦଳଗତ ପ୍ରୟାସ ଜାରି ରଖି ଢେଙ୍କାନାଳକୁ ଶ୍ରେଷ୍ଠ ଜିଲାରେ ପରିଣତ କରିବାକୁ ସେ ଉପସ୍ଥିତ ଅଧିକାରୀଙ୍କୁ ଆହ୍ବାନ ଦେଇଛନ୍ତି।
ସାଥ୍‌-ଏ ଟିମ୍‌ ପକ୍ଷରୁ ଜାନୁୟାରୀରେ ହୋଇଥିବା ସର୍ବେକ୍ଷଣରେ ଢେଙ୍କାନାଳ ଜିଲା ରାଜ୍ୟରେ ୫ମ ସ୍ଥାନରେ ରହିଥିଲା। ସର୍ବେକ୍ଷଣରେ ସାମିଲ କରାଯାଉଥିବା ବିଭିନ୍ନ ମାନକ (ଇଣ୍ଡିକେଟର) ଉପରେ ଜିଲାପାଳ ବୈଠକରେ ଉପସ୍ଥିତ ବିଇଓଙ୍କ ସହ ଆଲୋଚନା କରିଥିଲେ। ଇଣ୍ଡିକେଟର ଅନ୍ତର୍ଭୁକ୍ତ ଖର୍ଚ୍ଚ ସମ୍ପର୍କିତ ବିନିଯୋଗ ପ୍ରମାଣପତ୍ର, ପାନୀୟ ଜଳ ଯୋଗାଣ, ବିଦ୍ୟାଳୟ ମିଶ୍ରଣ, ଯୁକ୍ତିସଙ୍ଗତ ଶିକ୍ଷକ ଆବଣ୍ଟନ ଆଦି ବିଷୟର ସମାଧାନ ବ୍ୟକ୍ତିଗତସ୍ତରରେ କରିବାକୁ ଜିଲାପାଳ ବିଇଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ସ୍କୁଲଗୁଡ଼ିକରେ ଶତ ପ୍ରତିଶତ ବିଦ୍ୟୁତ୍‌ ସଂଯୋଗ, ଶୌଚାଳୟ ପରିଷ୍କାର, ଆଧାର ପଞ୍ଜୀକରଣ, ଦ୍ୱିତୀୟ ପର୍ଯ୍ୟାୟ ଗରିମା ରୌପ୍ୟ ଆକଳନରେ ସମସ୍ତ ବ୍ଲକ ଉନ୍ନତ ପ୍ରଦର୍ଶନ, ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ନିରନ୍ତର ଉନ୍ନତି ଦିଗରେ ଦୃଷ୍ଟି ଦେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଜାନୁୟାରୀରେ ହାରାହାରି ସଫଳତା ମାନକରେ ପରଜଙ୍ଗ ବ୍ଲକ ଜିଲାରେ ପ୍ରଥମ ଏବଂ ରାଜ୍ୟରେ ୩୦ତମ ସ୍ଥାନ ହାସଲ କରିଛି। ଅଗ୍ରଗାମୀ ବ୍ଲକ ଭାବେ କାମାକ୍ଷାନଗର ଜିଲାରେ ୩ୟ ଏବଂ ରାଜ୍ୟରେ ୫୩ସ୍ଥାନ ହାସଲ କରିଛି। ସମ୍ପୃକ୍ତ ୨ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ କର୍ମଚାରୀଙ୍କ ଉଦ୍ୟମକୁ ଜିଲାପାଳ ପ୍ରଶଂସା କରିଛନ୍ତି। ସେମାନଙ୍କୁ ଉତ୍ସାହିତ କରିବା ସହ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି।
ବୈଠକରେ ଡିଇଓ ତଥା ପ୍ରକଳ୍ପ ସଂଯୋଜିକା ନିବେଦିତା ପାଣି, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ସଚ୍ଚିଦାନନ୍ଦ ମିଶ୍ର, ସାଥ୍‌ ଟିମ୍‌ର ତେଜସ୍ବିନୀ ପାଣିଗ୍ରାହୀ, ସମସ୍ତ ମଣ୍ଡଳ ଶିକ୍ଷା ଅଧିକାରୀ, ଗୋଷ୍ଠୀ ଶିକ୍ଷା ସଂଯୋଜକ, ସମଗ୍ର ଶିକ୍ଷାର କର୍ମକର୍ତ୍ତା, ବ୍ଲକ ଯୋଜନା ସଂଯୋଜକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?