ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର କରାଯାଇଥିଲା। ହାଇକୋର୍ଟ ଏହି ମାମଲାରେ ମଧ୍ୟବର୍ତ୍ତିକାଳୀନ ରାୟ ପ୍ରକାଶ କରି ପୁରୀ ଜିଲା ପ୍ରଶାସନ ଓ ପୋଲିସକୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ ତାରିଖରେ କରାଯିବ ବୋଲି ରାୟରେ ଉଲ୍ଲେଖ ରହିଛି।
ସୂଚନା ଅନୁଯାୟୀ, ୨୦୧୮ ଜୁଲାଇ ୩ତାରିଖରେ ନୂଆଗାଁରେ ରହୁଥିବା ୩ଟି ଦଳିତ ପରିବାରଙ୍କୁ କେତେଜଣ ସବର୍ଣ୍ଣ ଯୁବକ ଆକ୍ରମଣ କରିବା ସହ ସେମାନଙ୍କ ବାସଗୃହ ଭାଙ୍ଗି ଦେଇଥିଲେ। ଏଥିସହିତ ସେମାନଙ୍କ ଧାନଚାଉଳ, ସୁନା ଅଳଙ୍କାର ସମେତ ଆସବାବପତ୍ର ଲୁଟି ନେଇଥିବା ବ୍ରହ୍ମଗିରି ଥାନାରେ ଅଭିଯୋଗ ହୋଇଥିଲା। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ଦଳିତ ପରିବାର ନ୍ୟାୟ ପାଇଁ ଏସ୍‌ପି ଏବଂ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସେମାନଙ୍କୁ ନିରାଶ ହେବାକୁ ପଡ଼ିଥିଲା। ନିର୍ଯାତିତ ପରିବାର ଏବେ ବି ବାତ୍ୟା ଆଶ୍ରୟ ସ୍ଥଳରେ ଆଶ୍ରୟ ନେଇଛନ୍ତି। ସେମାନଙ୍କ ପିଲାମାନେ ପାଠପଢାରୁ ବଞ୍ଚତ୍ତ ହୋଇଛନ୍ତି। ପିଲାଙ୍କ ଭବିଷ୍ୟତ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି ବୋଲି ସେମାନେ ଗଣମାଧ୍ୟମ ଆଗରେ କହିଛନ୍ତି। ମୌଳିକ ସୁବିଧାରୁ ବଞ୍ଚତ୍ତ ଏହି ପରିବାର ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କେବଳ ପ୍ରତିଶ୍ରୁତି ବ୍ୟତୀତ କୌଣସି ସହଯୋଗ ପାଇ ନ ଥିଲେ। ଫଳରେ ଏ ନେଇ ଓଡ଼ିଶା ଗୋତିମୁକ୍ତ ଅଭିଯାନର ଜିଲା ସଭାପତି ଶେଷଦେବ ସୁବୁଦ୍ଧି ଓଡ଼ିଶା ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri